ରାଜ୍ୟରେ କାଳବୈଶାଖୀ ବର୍ଷା ପରେ ହଟିଲା ରେଡ ଆଲର୍ଟ
by Argus News
Fri, May 03 | 10:24 a.m.

ଅର୍ଗସ ବ୍ୟୁରୋ: ରାଜ୍ୟରେ କାଳବୈଶାଖୀ ବର୍ଷା ପରେ ହଟିଲା ରେଡ ଆଲର୍ଟ। ହେଲେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ।  ୬ ତାରିଖ ଯାଏ ଗ୍ରୀଷ୍ମ ପ୍ରବାହ ଜାରି ରହିବା ସହ ତାତିରୁ ମିଳିବନି ନିସ୍ତାର ବୋଲି ସୂଚନା ରହିଛି। ତେବେ କ୍ରମାଗତ ଭାବେ ୧୭ ଦିନ ଧରି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆଉ ରହିବନି ଭୀଷଣ ଗ୍ରୀଷ୍ମ ପ୍ରବାହର ସତର୍କତା। ସେପଟେ ୮ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷାର ସମ୍ଭାବନା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ। 

ଆସନ୍ତା ୨୪ ଘଣ୍ଟାରେ ଗ୍ରୀଷ୍ମ ପ୍ରବାହକୁ ନେଇ ସମ୍ବଲପୁର, ସୋନପୁର,  ନୂଆପଡା, ସୁନ୍ଦରଗଡ,  ମୟୁରଭଞ୍ଜ,  କେନ୍ଦୁଝର, ବୌଦ୍ଧ, ବଲାଙ୍ଗୀର, ଝାରସୁଗୁଡା, ଅନୁଗୁଳ,  ଦେଓଗଡ ଜିଲ୍ଲାରେ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଓ ଦକ୍ଷିଣ ଓଡିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ଓ ଝଡତୋଫାନ ହେବାର  ସମ୍ଭାବନା ରହିଛି।

ଅଧିକ ପଢ଼ନ୍ତୁ ପାଣିପାଗ ଖବର 

BJP
30m ago
ଓଡ଼ିଶାରେ ବିଜେପି ୨୧ ରୁ ୨୧ ଲୋକସଭା ଆସନ ଜିତିବ : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଅର୍ଗସ ବ୍ୟୁରୋ : ଭୁବନେଶ୍ୱର ଲୋକସଭା କାର୍ଯ୍ୟକର୍ତ୍ତା ବୈଠକରେ ଯୋଗ ଦେଲେ ବିଜେପିର ୫ ହେଭିୱେଟ ନେତା । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ
BJD
ନିଜ ଦଳର ସମ୍ବିଧାନକୁ ଭୁଲିଗଲେ କି ବିଜେଡି ନେତା
ଅର୍ଗସ ବ୍ୟୁରୋ : ନିଜ ଦଳର ସମ୍ବିଧାନକୁ ଭୁଲିଗଲେ କି ବିଜେଡି ନେତା ? ସମ୍ବିଧାନର ସର୍ତ୍ତ ମଦ ପିଉଥିଲେ ମିଳିବନି ବିଜେଡି ସଦସ୍ୟତା ? ଏହି ସମ୍ବିଧାନ ଆଧାରରେ ନିର୍ବାଚନ କମିଶନ ଦେଇଛିନ୍ତ
MODI
ଆସନ୍ତାକାଲି ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି
ଅର୍ଗସ ବ୍ୟୁରୋ: ବିଜେପି ଫୋକସରେ ଓଡ଼ିଶା। ରାଜ୍ୟରେ ସତ୍ତା ପରିବର୍ତ୍ତନ ପାଇଁ ବିଜେପି ପ୍ରଚାରର ମଙ୍ଗ ଧରିଛନ୍ତି ଖୋଦ୍ ପ୍ରଧାନମନ୍ତ୍ରୀ। ଏଥିପାଇଁ ଆସନ୍ତାକାଲି ପୁଣି ଓଡ଼ିଶା ଆସୁଛନ୍ତ