ଖୋଲିବ ଲାଲ ଡାଏରୀ ଗୁମର , କେଉଁ ନେତାଙ୍କ ପାଖକୁ ଯାଇଛି କେତେ ଟଙ୍କା
by Argus News
Sat, Dec 09 | 12:17 p.m.

ଅର୍ଗସ ବ୍ୟୁରୋ : ଲାଲ୍ ଡାଏରୀ ଖୋଲିବ କି ମଦ ସାମ୍ରାଜ୍ୟର କଳା ଗୁମର ?  ଲାଲ ଡାଏରୀରେ ଲୁଚିଛି କି ବଡ ସତ ? କୋଟି କୋଟି ଟଙ୍କାର ହିସାବ ନିକାସ ରହିଛି କି ଲାଲ ଡାଏରୀରେ ? ବିଜେଡି ଦଳର କେଉଁ ନେତାଙ୍କ ପାଖକୁ ଯାଇଛି କେତେ ଟଙ୍କା ? ରାଜନୈତିକ ପାଣ୍ଠି ଭାବେ ବ୍ୟବହାର ହେଉଥିଲା କି ମଦ ଟଙ୍କା ? ବଲାଙ୍ଗିରରୁ ଜବତ ୨ ଶହ କୋଟିକୁ ନେଇ ମୋଦିଙ୍କ ଗ୍ୟାରେଣ୍ଟି । ଯିଏ ଲୁଟିଛି ସବୁ ଫେରାଇବ । ଘାଣ୍ଟିବ କି ଇଡି ଓ ସିବିଆଇ ? ସନ୍ଦେହ ଘେରରେ ଟୁକୁନି, ସୁଶାନ୍ତ, ନିରଞ୍ଜନ, ପ୍ରଦୀପ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ମଦ ବେପାରୀଙ୍କ ସହ ବିଜେଡି ନେତାଙ୍କ ଲିଙ୍କର ସିବିଆଇ ଯାଞ୍ଚ ଦାବି କରିଛି ବିଜେପି । ନିର୍ବାଚନ ପାଇଁ ସାହୁ ବ୍ରଦର୍ସ ଏବଂ କମ୍ପାନୀ ପାଖରେ ଟଙ୍କା ରଖିଥିଲା କି ବିଜେଡି ? ଧୀରଜ ସାହୁ ଝାଡଖଣ୍ଡର କଂଗ୍ରେସ ରାଜ୍ୟସଭା ସଦସ୍ୟ । ତାଙ୍କ ଭାଇ ଉଦୟ ସାହୁ, ଶିବ ପ୍ରସାଦ ସାହୁ ବି ବେପାରରେ ସାମିଲ୍ । ପୁରା ପରିବାରର ଅକ୍ତିଆରରେ ପଶ୍ଚିମ ଓଡ଼ିଶାର ମଦ ସାମ୍ରାଜ୍ୟ । 

ଏତେ ଟଙ୍କାର ସାମ୍ରାଜ୍ୟ ପଛରେ କାହାର ପ୍ରୋତ୍ସାହନ ? ନୌକରସାହାଙ୍କ ସୁରକ୍ଷାରେ ଚାଲିଥିଲା କି ଧୀରଜ ସାହୁଙ୍କ ମଦ ସାମ୍ରାଜ୍ୟ  ? ସାହୁ ବ୍ରଦର୍ସଙ୍କୁ କେମିତି ବାରମ୍ବାର ମିଳୁଥିଲା ମଦ ଲାଇସେନ୍ସ ? ବିଜେଡି ନେତାଠୁ ଅଫିସର ଯାଏ ମାସିକିଆ ଚାନ୍ଦା ନେଉଥିବା ଚର୍ଚ୍ଚା । ଲାଲ୍ ଡାଏରୀ ମିଳିବା ପରେ ଏବେ ନେତାଙ୍କ ଆଖିରୁ ନିଦ ହଜିଥିବା ଚର୍ଚ୍ଚା । 

ମାଓ ପ୍ରବଣ ଅଞ୍ଚଳରେ
35m ago
ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ
ଅର୍ଗସ ବ୍ୟୁରୋ: ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ। ଗଞ୍ଜେଇ ଚାଷ ଉପରେ ଅଙ୍କୁଶ ଲଗାଇ ମାଓବାଦୀଙ୍କ ଆୟ ଉପରେ ଲାଗିବ କଟକଣା। ଗଞ୍ଜେଇ ଚାଷ ବନ୍ଦ ହେଲ
ଉଚ୍ଚ ଜୁଆର
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ