କ୍ରୀଡା କ୍ଷେତ୍ରରେ ଉତ୍କର୍ଷର ମାନକ ସ୍ଥାପିତ କରିଥିବାରୁ ଶ୍ରେଷ୍ଠ କର୍ପୋରେଟ ପୁରସ୍କାର ପ୍ରଦାନ
by Argus News
Tue, Dec 05 | 3:32 p.m.

ଅର୍ଗସ ବ୍ୟୁରୋ : ରିଲାଏନ୍ସ ଫାଉଣ୍ଡେସନ ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଏମ ଅମ୍ବାନୀଙ୍କୁ ଭାରତରେ କ୍ରୀଡା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସ୍ପୋର୍ଟ୍ସ ଲିଡର-ଅଫ-ଦି-ଇୟର (ମହିଳା) ପୁରସ୍କାରରେ ଆଜି ସନ୍ଧ୍ୟାରେ ନୂଆଦିଲ୍ଲୀରେ ଅନୁଷ୍ଠିତ ସିଆଇଆଇ ସ୍କୋରକାର୍ଡ଼ ୨୦୨୩ କାର୍ଯ୍ୟକ୍ରମରେ ସମ୍ମାନିତ ଓ ପୁରସ୍କୃତ କରାଯାଇଛି । ଏଥିସହିତ କ୍ରୀଡା କ୍ଷେତ୍ରରେ ଉତ୍କର୍ଷର ମାନକ ସ୍ଥାପିତ କରିଥିବାରୁ ରିଲାଏନ୍ସ ଫାଉଣ୍ଡେସନକୁ ମଧ୍ୟ କ୍ରୀଡାକୁ ପ୍ରୋତ୍ସାହନ ଦେଉଥିବା ଶ୍ରେଷ୍ଠ କର୍ପୋରେଟ ପୁରସ୍କାର ପ୍ରଦାନ କରାଯାଇଛି ।

ଅଧିକ ପଢନ୍ତୁ ଭାରତ ଖବର

ଏହି ଅବସରରେ ରିଲାଏନ୍ସ ଫାଉଣ୍ଡେସନ ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଏମ. ଅମ୍ବାନୀ କହିଛନ୍ତି " ସିଆଇଆଇ ସ୍ପୋର୍ଟ୍ସ ବିଜିନେସ ଆୱାର୍ଡରେ ସ୍ପୋର୍ଟ୍ସ ଲିଡର-ଅଫ-ଦି-ଇୟର ପୁରସ୍କାର ଏବଂ କ୍ରୀଡାକୁ ପ୍ରୋତ୍ସାହନ ଦେଉଥିବା ଶ୍ରେଷ୍ଠ କର୍ପୋରେଟ ପୁରସ୍କାର ଗ୍ରହଣ କରି ମୁଁ ବେଶ ଗୌରବାନ୍ୱିତ ଅନୁଭବ କରୁଛି । କ୍ରୀଡା ଏକ ଅନନ୍ୟ ଏକତା ଓ ସମାନତା ସୃଷ୍ଟିକାରୀ ଏବଂ ଶକ୍ତି ପ୍ରଦାନକାରୀ ବୋଲି ମୋର ଦୃଢ ବିଶ୍ୱାସ ରହିଛି । ୨୦୨୩ ବର୍ଷ ବାସ୍ତବରେ ଭାରତର କ୍ରୀଡା ଉତ୍କର୍ଷର ବର୍ଷ ହୋଇଛି । 

ବିବିଧ କ୍ରୀଡ଼ାରେ ମେଡାଲ ଜିତି ଓ ବିଜୟୀ ହୋଇ ଆମ ଆଥଲେଟମାନେ ବିଶ୍ୱ ସ୍ତରରେ ଦେଶର ଗୌରବ ବଢ଼ାଇଛନ୍ତି । ୧୪୧ତମ ଆନ୍ତର୍ଜାତିକ ଅଲମ୍ପିକ କମିଟି ଅଧିବେଶନ ମୁମ୍ବାଇରେ ଆୟୋଜିତ କରି ଆମେ ଅଲମ୍ପିକ ଅଭିଯାନକୁ ୪୦ ବର୍ଷ ପରେ ଭାରତକୁ ନେଇଆସିଛୁ । ରିଲାଏନ୍ସ ଫାଉଣ୍ଡେସନରେ ଆମେ ଭାରତର ଯୁବ ପିଢ଼ିକୁ ବିଶ୍ୱସ୍ତରୀୟ ସୁବିଧା ସୁଯୋଗ ଓ ସହାୟତା ପ୍ରଦାନ କରି ଭାରତକୁ ବିଶ୍ୱର କ୍ରୀଡା ଶକ୍ତିକେନ୍ଦ୍ରରେ ପରିଣତ କରିବାକୁ ପ୍ରତିବଦ୍ଧ ରହିଛୁ ।"

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ