ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କଣ୍ଠଶିଳ୍ପୀ ଶାନ୍ତିଲତାଙ୍କ ହେଲା ଶେଷକୃତ୍ୟ
by Argus News
Tue, Apr 02 | 4:10 p.m.

ଅର୍ଗସ ବ୍ୟୁରୋ : ପଞ୍ଚଭୂତରେ ଲୀନ ହେଲେ ଓଡିଶାର ବରିଷ୍ଠ ଭକ୍ତି ସଂଗୀତ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ । ପୁରୀ ସ୍ୱର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ୱର୍ଗତଃ ଶାନ୍ତିଲତାଙ୍କ ଶେଷକୃତ୍ୟ ସମ୍ପର୍ଣ୍ଣ ହୋଇଛି । ବଡ ପୁଅ ଅଭିନାଶ ଛୋଟରାୟ ମୁଖାଗ୍ନି ପ୍ରଦାନ କରିଛନ୍ତି । ଦୀର୍ଘଦିନ ହେବ ସେ କ୍ୟାନ୍ସର ରୋଗରେ ପୀଡିତ ହୋଇଥିବା ବେଳେ ଗତକାଲି ତାଙ୍କର ଦେହାନ୍ତ ହୋଇଥିଲା । 

ତେବେ ଆଜି ଶାନ୍ତିଲତାଙ୍କ ପାର୍ଥିବ ଶରୀର ପୁରୀ ସ୍ୱର୍ଗଦ୍ୱାରରେ ପହଞ୍ଚିବା ପରେ ପରେ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା । ଅନେକ ଶୁଭେଛୁ ଓ ପ୍ରଶଂସକ ମାନେ ତାଙ୍କୁ ଶେଷ ଦର୍ଶନ କରିବା ସହ ଶେଷ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଥିଲେ ।

ଅଧିକ ପଢନ୍ତୁ : ତାଙ୍କର ବିୟୋଗରେ ସଙ୍ଗୀତ ଜଗତରେ ଅପୂରଣୀୟ କ୍ଷତି ହୋଇଛି : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଶାନ୍ତିଲତା ବାରିକ ଛୋଟରାୟ ଓଡ଼ିଆ ଭକ୍ତି ସଂଗୀତର ଜଣେ ଅତି ପରିଚିତ ନାଁ । ଶାନ୍ତିଲତା ବାରିକ ଛୋଟରାୟ ଓଡ଼ିଆ ଭକ୍ତି ସଙ୍ଗୀତର ଜଣେ ଅତି ପରିଚିତ ଓ ଆପଣାର ନାଁ । ନିଜ କଣ୍ଠର ଯାଦୁଗରୀରେ ଅପୂର୍ବ ଭକ୍ତି ଭାବନା ଯୋଡ଼ି ସେ ଯେଉଁ ସଙ୍ଗୀତ ପରିବେଷଣ କରନ୍ତି, ତାହା ଶ୍ରୋତାଙ୍କ ଭିତରେ ଭକ୍ତି, ସମର୍ପଣ ଏବଂ ଭଗବାନ ଚେତନା ସୃଷ୍ଟି କରିଥାଏ । 

ଅଧିକ ପଢନ୍ତୁ : ଶାନ୍ତି ଧାମରେ ଶାନ୍ତିଲତା : ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ବିଶିଷ୍ଟ କଣ୍ଠଶିଳ୍ପୀ

କୋଟିକୋଟି ଓଡ଼ିଆଙ୍କ ହୃଦୟରେ ସେ ଗ୍ରହଣ କରିଥିଲେ ସ୍ବତନ୍ତ୍ର ସ୍ଥାନ। ଶାନ୍ତିଲତାଙ୍କ ଭଜନ ଓଡ଼ିଶାର କଳା, ସଂସ୍କୃତି ଏବଂ ଶ୍ରୀ ଜଗନ୍ନାଥଙ୍କ ସହ ଲୋକଙ୍କୁ ଯୋଡ଼ିବାରେ ସକ୍ଷମ ହୋଇଥିଲା। ‘ହେ ଚକାନୟନ’, ‘ମୁଁ ଯେ ଦେଉଳ ବେଢ଼ା ଦୀପ,’ ‘ଏକା ମୋ ଜଗା ସବୁରି ମୂଳ,’ ଆଦି ହେଉଛି ଶାନ୍ତିଲତାଙ୍କ ଜନପ୍ରିୟ ଭଜନ। ତାଙ୍କର ଅଧିକାଂଶ ଗୀତ କାଳିଆ ସାଆନ୍ତ ଏବଂ ଶ୍ରୀକୃଷ୍ଣଙ୍କ ଲାଗି ସମର୍ପିତ। ଭକ୍ତି ସଂଗୀତର ଯାଦୁକରୀରେ ସେ କୋଟି କୋଟି ଓଡ଼ିଆଙ୍କ ହୃଦୟରେ ସ୍ଥାନ ପାଇଛନ୍ତି।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ