ବୁର୍ଲା SNCU ବିଭାଗରେ ଚାଲିଛି ନବଜାତକର ଚିକିତ୍ସା
by Argus News
Wed, Dec 13 | 8:26 a.m.

ସମ୍ବଲପୁର: ବୋଲୱେଲରୁ ଉଦ୍ଧାର ହୋଇଥିବା ନବଜାତ ଶିଶୁକନ୍ୟାକୁ ବୁର୍ଲା SNCU ବିଭାଗରେ ଭର୍ତ୍ତି କରାଯାଇଛି । ଆଜି ଶିଶୁଟିର ସମସ୍ତ ପ୍ରକାର ରକ୍ତ ପରୀକ୍ଷା କରାଯିବ ବୋଲି ସୂଚନା ଦେଲେ ମେଡିକାଲ କର୍ତ୍ତୃପକ୍ଷ । ଏହି ଶିଶୁ ଉତ୍ତମ ଚିକିତ୍ସା ପାଇଁ ୧୦ ଜଣିଆ ସ୍ୱତନ୍ତ୍ର ଡାକ୍ତରୀ  ଟିମ ଗଠନ କରାଯାଇଛି । ଗତକାଲି(ମଙ୍ଗଳବାର) ଶିଶୁଟିକୁ 6 ଘଣ୍ଟାର ରେସକ୍ୟୁ ଅପରେସନ ପରେ ଉଦ୍ଧାର କରାଯାଇଥିଲା । 

ସମ୍ବଲପୁର ଜିଲ୍ଲା ରେଙ୍ଗାଲି ନିକଟ ଲାରିପାଲି ଜଙ୍ଗଲରେ ଏକ ପରିତ୍ୟକ୍ତ ବୋରୱେଲ ମଧ୍ୟରେ କେହି ଫିଙ୍ଗି ଦେଇଥିବା ନବଜାତ ଶିଶୁକୁ ଜୀବିତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଛୁଆଟି ବୋରୱେଲରେ ପଡ଼ିଥିବା ଜଣାପଡ଼ିବାର ସାଢ଼େ ୬ ଘଣ୍ଟା ପରେ ତାକୁ ଉଦ୍ଧାର କରାଯାଇଛି। ଉଦ୍ଧାର ହେବା ପରେ ଛୁଆଟିକୁ ଡାକ୍ତରଖାନା ନିଆଯାଇଛି ।  

ହେଲେ ଏଠି ପ୍ରଶ୍ନ ଗୋଟିଏ, ଆଜି ବି କଣ ଶିଶୁକନ୍ୟାଙ୍କ ପ୍ରତି ସମାଜରେ ଏଭଳି ମନୋଭାବ ରହିଛି । ସୃଷ୍ଟିର ପ୍ରକାରଭେଦ କଣ ? ପୁରୁଷ-ନାରୀ ପରା ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ବ । ତେବେ କେମିତି ନିଜ ଜନ୍ମକଲା ପିଲା ପ୍ରତି ନିଷ୍ଠୁର ପାଲଟିଯାଆନ୍ତି ବାପା-ମାଆ ? 

ପରିତ୍ୟକ୍ତ ବୋରୱେଲରୁ ନବଜାତ ଶିଶୁକନ୍ୟା ସୁରକ୍ଷିତ ଭାବେ ଉଦ୍ଧାର ହେବା ଖବର ଆଶ୍ୱସ୍ତ କରିଛି - ଧର୍ମେନ୍ଦ୍ର ପ୍ରଧାନ


 

ମୃତ୍ୟୁ
ଗାଁ ନାଳରେ ବୁଡି ୨ଭଉଣୀଙ୍କ ମୃତ୍ୟୁ
ଯାଜପୁର: ଗାଁ ନାଳରେ ବୁଡି ସମ୍ପର୍କୀୟ ୨ଭଉଣୀଙ୍କ ମୃତ୍ୟୁ । ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅନ୍ତର୍ଗତ ରାହାସ ଗୁହାଳି ଗାଁ ହନୁମନ୍ତିଆ ଗଣ୍ଡରେ ଘଟିଛି ଏଭଳି ଅଘଟଣ
ଚୁଆପାଣି
ଲୋକଙ୍କ ଶୋଷ ମେଣ୍ଟାଉଛି ଚୁଆପାଣି
ସମ୍ବଲପୁର: ୨୫ ବର୍ଷର ଅପାରଗତାର ନମୁନା । ରେଢ଼ାଖୋଲ ଗୋପାଳପୁର ଗାଁରେ ପଡ଼ିନି ବିକାଶର ପାଦଚିହ୍ନ । ପକ୍କା ଘର ଦିବା ସ୍ବପ୍ନ, ନାହିଁ ସବୁଦିନିଆ ରାସ୍ତା । ଚୁଆ ପାଣିରେ ମେଣ୍ଟୁଛ
ଟେନସନ
ବିଜେପି ତୁଙ୍ଗ ନେତାଙ୍କ ଘନ ଘନ ଆକ୍ରମଣ ବଢ଼ାଇଛି ବିଜେଡିର ଟେନସନ
ଭୁବନେଶ୍ୱର: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ଓଡ଼ିଶା ଆସିବେ ଆହୁରି ଅନେକ କେନ୍ଦ୍ରୀୟ ନେତା । 23ରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ବିଜେପି ରାଷ୍ଟ୍ରୀ