ମୋଦିଙ୍କ ଭୁବନେଶ୍ବର ଗସ୍ତ ପାଇଁ ଜାରି ହେଲା କଟକଣା
by Argus News
Mon, Sep 16 | 12:36 p.m.

ଅର୍ଗସ ବ୍ୟୁରୋ: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ନିଜ ଜନ୍ମଦିନରେ ପ୍ରାୟ ୬୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ବାଣ୍ଟିବେ ପ୍ରଥମ କିସ୍ତି ଟଙ୍କା । ଯାହାକୁ ନେଇ ଖୁବ୍ ଉତ୍ସାହିତ ମହିଳା। ଏହା ସହ ଦେଶର 10 ଲକ୍ଷ ଆବାସ ହିତାଧିକାରୀଙ୍କୁ ମଧ୍ୟ ପ୍ରଥମ କିସ୍ତି ଟଙ୍କା ଦେବେ ମୋଦି। ଆବାସ ପ୍ଲସ୍ 2024 ଆପର ମଧ୍ୟ ଉନ୍ମୋଚନ କରିବେ । ମୋଦିଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି । ବ୍ଲୁ ବୁକ ସିକ୍ୟୁରୁଟି ଆଧାରରେ ସୁରକ୍ଷା ବ୍ୟବସ୍ଥା କରାଯିବା ସହ ଏୟାରପୋର୍ଟରୁ ଜନତା ମୈଦାନ ପର୍ଯ୍ୟନ୍ତ କେଉଁ ଅଧିକାରୀ କେଉଁ ଦାୟିତ୍ବରେ ରହିବେ। 

11 ଜଣ ଡିସିପି ରେଙ୍କର ଅଧିକାରୀ , 22 ଜଣ ଅତିରିକ୍ତ ଡିସିପି, 66 ଜଣ ଏସିପି, 100 ଜଣ ଆଇଆଇସି, 300 ଜଣ ବରିଷ୍ଠ ପୋଲିସ ଅଧିକାରୀ ମୁତୟନ ହେବେ । ଲକ୍ଷାଧିକ ମହିଳାଙ୍କ ସମାଗମ ହେବାର କାର୍ଯ୍ୟକ୍ରମ ଥିବାରୁ ବ୍ୟାପକ ମହିଳା ପୋଲିସ ଅଧିକାରୀ ମଧ୍ୟ ମୁତୟନ କରାଯିବ। ଏହା ସହ STU, ଓଡ୍ରାଫ ଟିମ ସହ ଦୁଇ କମ୍ପାନୀ CRPF ମଧ୍ୟ ମୁତୟନ ହେବେ । ସାଧା ପୋଷାକ ଧାରୀ ପୋଲିସ, ଡଗ ସ୍କ୍ବାଡ,  ବମ ସ୍କ୍ୱାଡକୁ ମୋଦିଙ୍କ ଗସ୍ତ ବେଳେ ମୁତୟନ କରାଯିବ । ଏପଟେ ସୁରକ୍ଷା ଦୃଷ୍ଟିରୁ ଏୟାରପୋର୍ଟରୁ ଜନତା ମୈଦାନ ଏବଂ ଗାଡ଼କଣ ପର୍ଯ୍ୟନ୍ତ ନୋ ଫ୍ଲାଇଙ୍ଗ ଜୋନ କରାଯାଇଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ