୫୧ ହଜାର ୧୫୬ ଜଣ ନବ ନିଯୁକ୍ତ ଯୁବ ବର୍ଗଙ୍କୁ ନିଯୁକ୍ତି ପତ୍ର ବିତରଣ କଲେ ପ୍ରଧାନମନ୍ତ୍ରୀ
by Argus News
Thu, Nov 30 | 6:28 p.m.

ଅର୍ଗସ ବ୍ୟୁରୋ : କେନ୍ଦ୍ର ସରକାରଙ୍କ ୧୧ତମ ରୋଜଗାର ମେଳାରେ ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସରକାରୀ ଚାକିରୀ ପାଇଁ ଚୟନ ହୋଇଥିବା ୫୧ ହଜାର ୧୫୬ ଜଣ ନବ ନିଯୁକ୍ତ ଯୁବ ବର୍ଗଙ୍କୁ ନିଯୁକ୍ତି ପତ୍ର ବିତରଣ କରାଯାଇଛି । ଏଥିପାଇଁ ଦେଶର ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳର ୩୭ଟି ସ୍ଥାନରେ ଆୟୋଜିତ ହୋଇଛି ରୋଜଗାର ମେଳା । ବିଭିନ୍ନ ବିଭାଗର କେନ୍ଦ୍ରମନ୍ତ୍ରୀ ମାନେ ମଧ୍ୟ ଯୋଗ ଦେଇଥିଲେ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଏହି କ୍ରମରେ ଓଡ଼ିଶାରେ ମଧ୍ୟ ଭୁବନେଶ୍ଵର ସ୍ଥିତ ରେଲୱେ ଅଡିଟୋରିୟରେ ରୋଜଗାର ମେଳା ଆୟୋଜିତ ହୋଇଥିଲା । ଭୁବନେଶ୍ବରରେ ଆୟୋଜିତ ରୋଜଗାର ମେଳାରେ କେନ୍ଦ୍ର ଜଳଶକ୍ତି ଏବଂ ଆଦିବାସୀ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ୨୦୦ ଜଣ ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ୱପ୍ନ ଦେଖିଥିବା ବିକଶିତ ଭାରତ ଗଠନ କ୍ଷେତ୍ରରେ ନବ ନିଯୁକ୍ତ ମାନଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିବ । 

 

କେନ୍ଦ୍ର ସରକାରଙ୍କ ଏହି ରୋଜଗାର ମେଳାରେ ରେଳ, ଆର୍ଥିକ ସେବା, ଡାକ, ଗୃହ ମନ୍ତ୍ରଣାଳୟ, ରାଜସ୍ବ, ଉଚ୍ଚ ଶିକ୍ଷା, ସ୍କୁଲ ଏବଂ ସାକ୍ଷରତା ବିଭାଗ, ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ଶ୍ରମ ଏବଂ ନିୟୋଜନ ମନ୍ତ୍ରଣାଳୟ ଭଳି ବିଭିନ୍ନ ବିଭାଗରେ ଯୁବକ ଯୁବତୀ ମାନଙ୍କୁ ନିଯୁକ୍ତି ମିଳିଛି । 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ