ଆଜି ରୁକ୍ମଣୀ ହରଣ ଏକାଦଶୀ
by Argus News
Tue, Jun 18 | 7:10 a.m.

ଅର୍ଗସ ବ୍ୟୁରୋ: ଆଜି ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି। ଯାହାକୁ ରୁକ୍ମଣୀ ହରଣ ଏକାଦଶୀ ବୋଲି କୁହାଯାଏ। ଏହି ପବିତ୍ର ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ମହୋତ୍ସବ ଅନୁଷ୍ଠିତ ହେବ । ଏଥିପାଇଁ  ମା’ଲକ୍ଷ୍ମୀ ଠାକୁରାଣୀ ସାଜିବେ ଦେବୀ ରୁକ୍ମଣୀ । ଶ୍ରୀମଦନମୋହନ ସାଜିବେ ଶ୍ରୀକୃଷ୍ଣ ।  ଶିଶୁପାଳ ରୁକ୍ମଣୀଙ୍କୁ ବିବାହ କରିବାକୁ ଚାହୁଁଥିବା ଜାଣିପାରି ତାଙ୍କୁ ବାଟରୁ ହରଣ କରିନେବାକୁ ଦେବୀ ଗୁପ୍ତରେ ଶ୍ରୀକୃଷ୍ଣଙ୍କୁ ଚିଠି ଲେଖି ଜଣାଇଥିଲେ ।

ତେଣୁ ଏହି ପରମ୍ପରା ମୁତାବକ ଶ୍ରୀମନ୍ଦିରରେ ବିଧି ମୁତାବକ ବିମଳାଙ୍କ ମନ୍ଦିରରେ ପୂଜା ସାରି ଫେରିବା ବାଟରେ ରୁକ୍ମଣୀ ରୂପୀ ମା’ଲକ୍ଷ୍ମୀ ଠାକୁରାଣୀଙ୍କୁ ଶ୍ରୀକୃଷ୍ଣରୂପୀ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ ହରଣ କରିନେବେ । ବାଟରେ ଶିଶୁପାଳ ପ୍ରତିରୋଧ କରିବେ । ଘମାଘୋଟ ଲଢ଼େଇ ପରେ ଶିଶୁପାଳ ପରାସ୍ତ ହୋଇ ବନ୍ଦୀ ହେବେ । ସେବକମାନେ ଦେବତାଙ୍କ ପକ୍ଷରୁ ଏହି ନୀତି ସମ୍ପାଦନ କରିବେ । ରାତିରେ ମହାପ୍ରଭୁଙ୍କ ସହିତ ରୁକ୍ମଣୀଙ୍କ ବିବାହ ଉତ୍ସବ ସମ୍ପନ୍ନ ହେବ । ଏଥି ସହିତ ଭିତର ଚନ୍ଦନ ଯାତ୍ରା ଅବସରରେ ମହାପ୍ରଭୁଙ୍କ ଜଳକ୍ରୀଡ଼ା ବିଧି ମଧ୍ୟ ଅନୁଷ୍ଠିତ ହେବ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା