ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ
by Argus News
Thu, Oct 17 | 9:36 p.m.

ଅର୍ଗସ ବ୍ୟୁରୋ:  ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ। ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯନଙ୍କୁ ଗିରଫ କରି ଚର୍ଚ୍ଚାକୁ ଆସିଥିଲେ। ଏକ ଡ୍ରଗ୍ସ ଡିଲ୍ ମାମଲାରେ 2021 ମସିହାରେ ଶାହରୁଖଙ୍କ ପୁଅ ଆରୟନ୍ ଖାନ ଓ ତାଙ୍କ ସହଯୋଗୀଙ୍କୁ ଗିରଫ କରିଥିଲେ ସମୀର। ସେ ସମୟରେ ସେ ମହାରାଷ୍ଟ୍ରରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋର ନିର୍ଦ୍ଦେଶକ ଭାବେ ଦାୟିତ୍ବ ତୁଲାଉଥିଲେ। ସେସମୟରେ ମାମଲାକୁ ନେଇ ଅନେକ ଚର୍ଚ୍ଚା ହୋଇଥିଲେ ମଧ୍ୟ ଆର୍ଯ୍ୟନଙ୍କୁ ଛାଡି ନଥିଲେ ସମୀର। ପାଖାପାଖି ଏକ ମାସ ଜେଲରେ ରହିବା ପରେ ବେଲରେ ବାହାରକୁ ଆସିଥିଲେ ଶାହରୁଖଙ୍କ ପୁଅ। ପରବର୍ତ୍ତୀ ସମୟରେ ସମୀରଙ୍କ ବିରୋଧରେ ଅନେକ କେଳେଙ୍କାରୀର ଅଭିଯୋଗ ସାମ୍ନାକୁ ଆସିଥିଲେ ମଧ୍ୟ ତାହା ପ୍ରମାଣିତ ହୋଇପାରିନଥିଲା।

ତେବେ ଶାହରୁଖଙ୍କ ପୁଅଙ୍କୁ ଗିରଫ କରିଥିବାରୁ ତାଙ୍କ ବିରୋଧରେ ଏଭଳି ମାମଲା ଚଲାଯାଉଥିବାର ସେ ସମୟରେ ଚର୍ଚ୍ଚା ହୋଇଥିଲା। ଆଗକୁ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏ ସବୁ ଭିତରେ ଏକନାଥ ସିନ୍ଦେଙ୍କ ଶିବସେନା ଟିକେଟରେ ସମୀର ନିଜ ପଲିଟିକାଲ ଏଣ୍ଟ୍ରି ଆରମ୍ଭ କରୁଥିବା ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି। ତେବେ ଦଳ ତରଫରୁ ଏଭଳି ଚର୍ଚ୍ଚାକୁ ଖଣ୍ଡନ କରାଯାଇଛି।

ଅଧିକ ପଢ଼ନ୍ତୁ ଦେଶ ଖବର:

ମୁମ୍ବାଇରୁ ଲଣ୍ଡନ
12m ago
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
14m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି
ରାଜଧାନୀରେ କୋଷ୍ଟଗାର୍ଡ
17m ago
ରାଜଧାନୀରେ କୋଷ୍ଟଗାର୍ଡ DIG ଓ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର ଅଭିଯାଗ
ଅର୍ଗସ ବ୍ୟୁରୋ: ନୟାପଲ୍ଲୀ ଥାନା ଅଞ୍ଚଳରେ କୋଷ୍ଟଗାର୍ଡ ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ୨ଜଣ ମଦ୍ୟପ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ସପିଂ ସାରି ଫେରୁଥିବା ବେଳେ କୋଷ୍ଟଗାର୍