ଧାରା ୩୭୦ ଉଚ୍ଛେଦ ଉପରେ ଆଜି ଆସିବ ସୁପ୍ରିମକୋର୍ଟଙ୍କ ରାୟ
by Argus News
Mon, Dec 11 | 10:18 a.m.

ଅର୍ଗସ ବ୍ୟୁରୋ: ସମ୍ବିଧାନର ଧାରା 370 ପରିବର୍ତନ କରି ଜାମ୍ମୁ କାଶ୍ମୀରରେ ସ୍ଵତନ୍ତ୍ର ମାନ୍ୟତା ହଟାଇବା ପ୍ରସଙ୍ଗରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି । ଜାମ୍ମୁ କାଶ୍ମୀରରେ ସାମ୍ବିଧାନିକ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ଓ ରାଜ୍ୟକୁ ଦୁଇଟି କେନ୍ଦ୍ର ଶାସିତ ଅଂଚଳ ଜାମୁକାଶ୍ମୀର ଓ ଲଦାଖରେ ପରିଣତ କରିଥିବା କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ ଚାଲେଞ୍ଜ କରୁଥିବା ପିଟିସନ ଉପରେ ରାୟ ଶୁଣାଇବେ ସୁପ୍ରିମକୋର୍ଟ ।

16 ଦିନର ଶୁଣାଣି ପରେ ସେପ୍ଟେମ୍ବର ୫ରେ ସୁପ୍ରିକୋର୍ଟ ନିଜର ରାୟ ସଂରକ୍ଷଣ ରଖିଥିଲେ । ପ୍ରଧାନ ବିଚାରପତି ଡି ୱାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠରେ କୋର୍ଟର ଅନ୍ୟ ୪ ବିଚାରପତି ଜଷ୍ଟିସ ଏସ.କେ କୌଲ, ଜଷ୍ଟିସ ସଂଜୀବ ଖାନା, ଜଷ୍ଟିସ ବି. ଆର ଗୱାଇ ଏବଂ ଜଷ୍ଟିସ  ସୂର୍ଯ୍ୟକାନ୍ତ ରହିଛନ୍ତି । ଏହି ମାମଲାରେ କେନ୍ଦ୍ର ସରକାର ଯୁକ୍ତି ରଖିଥିଲେ । ଦେଶରେ ଦୁଇଟି ସମ୍ବିଧାନ ହୋଇପାରିବ ନାହିଁ ବୋଲି କେନ୍ଦ୍ର ସରକାର ମତ ରଖିଥିଲେ।

ଅଧିକ ପଢ଼ନ୍ତୁ ଦେଶ ଖବର:

 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ