ସ୍କୁଲ ବସ୍‌ ଦୁର୍ଘଟଣାଗ୍ରସ୍ତ: ଡ୍ରାଇଭର, କେୟାରଟେକର ସହ ୯ ଆହତ
by Argus News
Tue, Apr 02 | 2:58 p.m.

ଅର୍ଗସ ବ୍ୟୁରୋ: କଟକ ନିଶ୍ଚିନ୍ତକୋଇଲି ଥାନା ପାଖରୁ ମାତ୍ର 200 ମିଟର ଦୂରତ୍ୱ ମଧ୍ୟରେ ଦେବ ମହାନ୍ତି ପବ୍ଲିକ ସ୍କୁଲ ନାମକ  ଘରୋଇ ସ୍କୁଲ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି l ବସଟି ଛାତ୍ରଛାତ୍ରୀ ମାନଙ୍କୁ ସକଳୁଆ ସ୍କୁଲ ସାରି ଫେରୁଥିବା ସମୟରେ  ନିଶ୍ଚିନ୍ତକୋଇଲି ଥାନା ପାଖରେ ଥିବା ହେଲଥ ପ୍ଲସ ମେଡ଼ିସିନ ଦୋକାନ ସାମ୍ନା ରେ ଗାଡିଟି ଭାରସାମ୍ୟ ହରାଇ ଦୋକାନ ଭିତରକୁ ପଶିଯାଇଥିଲା।ସେଥିରେ ଥିବା 9 ଜଣ ଛାତ୍ରଛାତ୍ରୀ , ଡ୍ରାଇଭର ଓ କେୟାର ଟେକର ଗୁରୁତର ଆହତ ହୋଇଛନ୍ତି। 

ସଙ୍ଗେ ସଙ୍ଗେ ସ୍ଥାନୀୟ ନିଶ୍ଚିନ୍ତକୋଇଲି ପୋଲିସ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ସମସ୍ତ ଛାତ୍ର ଛାତ୍ରୀଙ୍କୁ ଉଦ୍ଧାର କରି ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। କେୟାର ଟେକର ସମେତ ଦୁଇଜଣ ଗୁରୁତର ଛାତ୍ରଙ୍କୁ କଟକ ଏସସିବିକୁ ସ୍ଥାନାନ୍ତର କରିଥିବା ସୂଚନା ମିଳିଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ