ଚୋରା କାଠ ବୋଝେଇ ସ୍କର୍ପିଓ‌ ଜବତ , କାଠ ମାଫିଆ ଫେରାର
by Argus News
Wed, Apr 03 | 3:56 p.m.

ଅର୍ଗସ ବ୍ୟୁରୋ: କେନ୍ଦୁଝର ଜିଲ୍ଲା ଘଟଗାଁ ରେଞ୍ଜ ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ନିକଟରୁ ବନ ବିଭାଗ ଏକ ଚୋରା କାଠ ବୋଝେଇ ସ୍କର୍ପିଓ ଜବତ କରିଛି।‌ ଢେଙ୍କିକୋଟ ସେକ୍ସନ ଅନ୍ତର୍ଗତ ସାନ୍ତରାପୁର ଗ୍ରାମରୁ ଏକ ସ୍କର୍ପିଓ ଯୋଗେ ଭଦ୍ରକକୁ କାଠ ଚୋରା ଚାଲାଣ ହେଉଥିଲା। ଏ ସମ୍ପର୍କରେ ବନ ବିଭାଗ କୌଣସି ସୂତ୍ରରୁ ଖବର ପାଇ ଏକ ଟିମ୍ ୨୦ ନମ୍ବର ଜାତୀୟ ରାଜପଥରେ ଚଢ଼ାଉ କରିଥିଲେ।‌ 

ଚଢ଼ାଉ ସମୟରେ କୋଳିମାଟି ନିକଟରେ ବନ ବିଭାଗକୁ ଦେଖି କାଠ ମାଫିଆ ଗାଡି ଛାଡି ଘଟଣା ସ୍ଥଳରୁ ଦୌଡି ଫେରାର ହୋଇଯାଇଥିବା ବେଳେ କାଠ ବୋଝେଇ ସ୍କର୍ପିଓ ଟିକୁ ବନ ବିଭାଗ ଜବତ କରିଥିଲା । ଜବତ କାଠର ଆନୁମାନିକ ମୂଲ୍ୟ ପାଖାପାଖି ୮୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ବନ ବିଭାଗ ସୂଚନା ଦେଇଛି।‌ 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ