ରଥଯାତ୍ରା ସ୍ୱତନ୍ତ୍ର ବସ୍ ଏବଂ ଏହାର ସମୟ ସାରଣୀ
by Argus News
Fri, Jul 05 | 6:27 p.m.

ଭୁବନେଶ୍ୱର: ବହୁ ପ୍ରତିକ୍ଷୀତ ବିଶ୍ୱ ପ୍ରସିଦ୍ଧ ପବିତ୍ର ରଥଯାତ୍ରା ଆସନ୍ତା ରବିବାର ଦିନ ଆରମ୍ଭ ହେବାକୁ ଯାଉଛି । ଏହି ଅବସରରେ ଶ୍ରୀକ୍ଷେତ୍ର ଧାମକୁ ଶ୍ରଦ୍ଧାଳୁଙ୍କ ସୁବିଧା ଯାତାୟତ ପାଇଁ କ୍ରୁଟ୍ ପକ୍ଷରୁ ସ୍ୱତନ୍ତ୍ର ବସ୍ ସେବାର ଆରମ୍ଭ ହେବ । ୭ଟି ଆନ୍ତଃ ସହର ରୁଟ୍ ଥିବାବେଳେ ୭ ରୁ ୯ ଜୁଲାଇ ଏବଂ ୧୫ରୁ ୧୭ ଜୁଲାଇ, ୨୦୨୪ ପର୍ଯ୍ୟନ୍ତ ଏହି ସେବା ଜାରି ରହିବ । ନିୟମିତ ଭାବରେ ଏହି ରୁଟ୍ ବସ୍ ଗୁଡ଼ିକ କଟକ, ଭୁବନେଶ୍ୱର, ଖୋର୍ଦ୍ଧା, ପୁରୀ, କାକଟପୁରରୁ ତାଳବଣିଆ ବସ୍ ଷ୍ଟାଣ୍ଡ୍ ପର୍ଯ୍ୟନ୍ତ ଚଳାଚଳ କରିବ । ରଥଯାତ୍ରା ସ୍ୱତନ୍ତ୍ର ବସ୍ ଏବଂ ଏହାର ସମୟ ସାରଣୀ ନିମ୍ନରେ ପ୍ରଦାନ କରାଯାଇଛି ।

ରୁଟ୍ ୫୦ ଏକ୍ସପ୍ରେସ୍‌: ଭୁବନେଶ୍ୱର ରେଳ ଷ୍ଟେସନ୍‌- ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୧ ଏକ୍ସପ୍ରେସ୍‌: ବରମୁଣ୍ଡା ବିଏସ୍‌ଏବିଟି - ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୩ ଏକ୍ସପ୍ରେସ୍ (ସଟଲ୍ ସର୍ଭିସ): ମାଳତିପାଟପୁର ବସ୍ ଷ୍ଟାଣ୍ଡ୍ - ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୪ ଏକ୍ସପ୍ରେସ: ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ (ଏନ୍‌ଏଲ୍‌ୟୁ) କଟକ- ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୬ ଏକ୍ସପ୍ରେସ: ଖୋର୍ଦ୍ଧା - ତାଳବଣିଆ ବସ୍ ଷ୍ଟାଣ୍ଡ୍ (ଭାୟା ଜଟଣୀ)
ରୁଟ୍ ୫୭ ଏକ୍ସପ୍ରେସ: ତାଳବଣିଆ ବସ୍ ଷ୍ଟାଣ୍ଡ୍ - କାକଟପୁର,ପୁରୀ (ଭାୟା ନିୟୁ ମେରାଇନ୍ ଡ଼୍ରାଇଭ୍‌, କୋଣାର୍କ) 
ରୁଟ୍ ୫୮ ଏକ୍ସପ୍ରେସ: ଜଗତପୁର, କଟକ - ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୯ ଏକ୍ସପ୍ରେସ: ମହାନଦୀ ବିହାର, କଟକ - ତାଳବଣିଆ ବସ୍ ଷ୍ଟାଣ୍ଡ୍‌

ଶ୍ରଦ୍ଧାଳୁମାନେ ପ୍ରଭୁ ଜଗନ୍ନାଥ ଧାମକୁ ଏସି ବସ୍ ଫ୍ଲାଟ୍ ୧୦୦ ଟଙ୍କା, ନନ୍ ଏସି ୮୦ ଟଙ୍କା, ସଟଲ୍ ବସ୍ ସେବା ଫ୍ଲାଟ୍ ୨୦ ଟଙ୍କା ଟିକେଟ୍ ମୂଲ୍ୟରେ ଯାତାଯତ କରିପାରିବେ ।

 ଏଇ(ଏୟାର୍‌ପୋର୍ଟ ଏକ୍ସପେସ୍‌)୧, ଏଇ୨, ୫୨, ୬୦ ଏବଂ ୬୧ ନମ୍ବର ରୁଟ୍ ଗୁଡ଼ିକରେ ୭ ରୁ ୯ ଜୁଲାଇ ଏବଂ ୧୫ରୁ ୧୭ ଜୁଲାଇ ପର୍ଯ୍ୟନ୍ତ କ୍ରୁଟ୍ ବସ୍ ସେବା ସ୍ଥଗିତ ରହିବ । କିନ୍ତୁ ୧୦ରୁ ୧୪ ତାରିଖ ମଧ୍ୟରେ ପୂର୍ବଭଳି ରୁଟ୍ ଗୁଡ଼ିକରେ ବସ୍ ଚାଲୁ ରହିବ ।

 ଏହାଦ୍ୱାରା ଶ୍ରଦ୍ଧାଳୁମାନେ ସୁବିଧାରେ ନିଜ ଗନ୍ତବ୍ୟସ୍ଥଳରେ ପହଞ୍ଚିପାରିବେ । ଯାତ୍ରୀମାନଙ୍କ ଯାତାୟତ ନିମନ୍ତେ କ୍ରୁଟ୍ ବସ୍ ନିୟମିତ ବ୍ୟବଧାନରେ ଦିନ ତମାମ ଚାଲୁ ରହିବ । ଏହି ସ୍ୱତନ୍ତ୍ର ବସ୍ ସେବା ଏବଂ ସମୟ ସୂଚୀ ବିଷୟରେ କ୍ରୁଟ୍ ସାମାଜିକ ଗଣମାଧ୍ୟମରୁ ଅଧିକ ସୂଚନା ପାଇପାରିବେ ।

ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଭକ୍ତଙ୍କ ଦର୍ଶନ ନିମନ୍ତେ କରାଯିବ ସ୍ବତନ୍ତ୍ର ବ୍ୟବସ୍ଥା
 

ଡିବିରି ଆଲୁଅ
15m ago
ରାତି ହେଲେ ଏଠି ଡିବିରି ଆଲୁଅ ଭରସା
ମୟୂରଭଞ୍ଜ: ସ୍ବାଧୀନତାର ସାତ ଦଶନ୍ଧି ଓ ସ୍ଥାୟୀ ବିଜେଡି ସରକାରଙ୍କ ଚବିଶ ବର୍ଷ ଶାସନ ପରେ ମଧ୍ୟ ସୀମାନ୍ତ ବାସୀଙ୍କୁ ବିକାଶ ଧକା। ଜଙ୍ଗଲ ମଧ୍ୟରେ ରହିଥିବା ବେଳେ ଆଜ
ଗିରଫ
19m ago
ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ମାମଲା, 7 ଯୁବକ ଗିରଫ
ଭୁବନେଶ୍ୱର: ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଓ ଦୁର୍ବ୍ୟବହାର ମାମଲା । 7 ଜଣ ଯୁବକଙ୍କୁ ଗିରଫ କଲା ଚନ୍ଦକା ଥାନା ପୋଲିସ । ଏ ନେଇ ସୂଚନା ଦେଇଛନ୍ତି ADCP
ଅପହଞ୍ଚ ଗାଁ
42m ago
୫-ଜି ଯୁଗର ଅପହଞ୍ଚ ଗାଁ ରାଲିବେଡା
ଅର୍ଗସ ବ୍ୟୁରୋ: ୫-ଜି ଯୁଗର ଅପହଞ୍ଚ ଗାଁ ରାଲିବେଡା। ମୟୂରଭଞ୍ଜ ଜିଲ୍ଲା କୁସୁମୀ ବ୍ଲକ ଅନ୍ତର୍ଗତ ତୋଳାପାତି ଗ୍ରାମ ପଞ୍ଚାୟତର ରାଲିବେଡା । ରାତି ହେଲେ ଅନ୍ଧାରରେ ବୁଡି ଯା