ଓଡ଼ିଶାରେ ଆଉଟସୋର୍ସିଂ ସରକାର ଚାଲିଥିବା କହିଲେ ଶିବରାଜ 
by Argus News
Tue, Feb 13 | 1:24 p.m.

ଭୁବନେଶ୍ୱର:  ଓଡିଶାରେ ପାଦ ଦେଉଦେଉ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଶିବରାଜ। ମୁଖ୍ୟମନ୍ତ୍ରୀ ନବୀନଙ୍କ ନାଁ ନେଇ ସମାଲୋଚନା କଲେ ଶିବରାଜ। ଓଡ଼ିଶାରେ ଆଉଟସୋର୍ସିଂ ସରକାର ଚାଲିଥିବା କହିଲେ ଶିବରାଜ। ନବୀନ ବାବୁ ନିଜେ ସରକାର ଚଳାଉନାହାନ୍ତି, ଆଉଟସୋର୍ସକୁ ଦେଇଛନ୍ତି । ସେ ସରକାର ଚଳାଉ ନାହାନ୍ତି, ତାଙ୍କ ଅଧିକାରୀ ସରକାର ଚଳାଉଛନ୍ତି । ବେଲଗାମ ଅଧିକାରୀ ସାରା ଓଡ଼ିଶାକୁ ଭ୍ରଷ୍ଟାଚାରରେ ବୁଡ଼ାଇଛନ୍ତି। ଓଡ଼ିଶାରେ ମହିଳା ଅସୁରକ୍ଷିତ, ମା ଭଉଣୀଙ୍କ ଉପରେ ଅତ୍ୟାଚାର ହେଉଛି। 

ଓଡ଼ିଶାର ବିକାଶ ପାଇଁ ମୋଦି ଦେଉଥିବା ଅର୍ଥ ସଠିକ ବିନିଯୋଗ ହେଉନି। ମୋଦି ଟଙ୍କା ଦେଉଛନ୍ତି, ନବୀନ ତା ଉପରେ ଠପ୍ପା ଲଗାଉଛନ୍ତି। ନବୀନଙ୍କ ଅଧିକାରୀମାନେ କେବଳ ରି-ବ୍ରାଣ୍ଡିଂ କରୁଛନ୍ତି- ଶିବରାଜ। ସାଧାରଣ ଲୋକ ଏକଥା ଜାଣିସାରିଲେଣି ବୋଲି କହିଲେ ଶିବରାଜ। ଓଡ଼ିଶାରେ ବିଜେପି ବହୁମତ ସହ ସରକାର କରିବ କହିଲେ ଶିବରାଜ। ମଧ୍ୟପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ମନ୍ତବ୍ୟ। ଲୋକସଭାରେ ବିଜେପି ବିପୁଳ ଭୋଟ ପାଇବ । ବିଧାନସଭାରେ ବି ବହୁମତ ସହ ରାଜ୍ୟରେ ସରକାର କରିବ ବିଜେପି ବୋଲି ସେ କହିଛନ୍ତି। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ