ନିମାପଡା, କୋରେଇ ଏବଂ ଚାନ୍ଦବାଲିରେ ଶାହଙ୍କର ଜୋରଦାର ପ୍ରଚାର
by Argus News
Tue, May 28 | 8:54 a.m.

ଅର୍ଗସ ବ୍ୟୁରୋ: ଜୁନ ୧ତାରିଖ ହେଉଛି ଶେଷ ପର୍ଯ୍ୟାୟ ନିର୍ବାଚନ । ଏହା ପୂର୍ବରୁ ପ୍ରଚାର କରି ଶେଷ ଚେଷ୍ଟା ଦେଉଛନ୍ତି ନେତା । ବିଜେପି ଦଳର ବଡ ବଡ ନେତାଙ୍କୁ ଆଣି ପ୍ରଚାର ମୈଦାନକୁ ସରଗରମ କରୁଛନ୍ତି। ଏହି କ୍ରମରେ ଆଜି ଗୃହମନ୍ତ୍ରୀ ଅମିତ ଶାହ ପ୍ରଚାର ପାଇଁ ଆସୁଛନ୍ତି । ଆଜି ୩ଟି ସ୍ଥାନରେ ପ୍ରଚାର କାର୍ଯ୍ୟକ୍ରମ ରହିଛି । ଚାନ୍ଦବାଲି, କୋରେଇ ଏବଂ ନିମାପଡାରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି । ଡବଲ ଇଞ୍ଜିନ ସରକାର ପାଇଁ ବିଜୟ ସଂକଳ୍ପ ସମାବେଶରେ ସାମିଲ ହେବେ ଶାହ।

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଗସ୍ତକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ବାରବାଟୀ ହେଲିପ୍ୟାଡ଼ରେ ପହଂଚିବା ପରେ ଅମିତ ଶାହ ଏକ ସ୍ୱତନ୍ତ୍ର ଗାଡ଼ି ଯୋଗେ ନିମାପଡା ଆସିବେ । 

ଅମିତ ଶାହଙ୍କ କାର୍ଯ୍ୟକ୍ରମରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ଜଗତସିଂହପୁର ଲୋକସଭା ଆସନର ସାଂସଦ ପ୍ରାର୍ଥୀ ବିଭୁ ତରାଇ, ନିମାପଡ଼ା ବିଜେପି ପ୍ରାର୍ଥୀ ପ୍ରଭାତୀ ପରିଡ଼ା, ବିଜେଡି ଛାଡି ବିଜେପିର ସାମିଲ ହୋଇଥିବା ସମୀର ରଞ୍ଜନ ଦାଶ, ଅନ୍ୟନେତାମାନେ ଯୋଗଦେବେ । ଆସନ୍ତାକାଲି ପ୍ରଧାନମନ୍ତ୍ରୀ ମଧ୍ୟ ଓଡିଶା ଗସ୍ତରେ ଆସି ବାଲେଶ୍ୱର, ମୟୂରଭଞ୍ଜ ଏବଂ କେନ୍ଦ୍ରାପଡାରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି।

ଅଧିକ ପଢ଼ନ୍ତୁ ନିର୍ବାଚନ ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ