ଦେଶୀ ବିହନର ସୁରକ୍ଷା ସାଙ୍ଗକୁ ପ୍ରସାର ଲାଗି ଅଣ୍ଟାଭିଡିଛନ୍ତି ନବରଙ୍ଗପୁରର ଶଙ୍କର ପଟ୍ଟନାୟକ
by Argus News
Sun, Nov 03 | 9:19 a.m.

ଅର୍ଗସ ବ୍ୟୁରୋ:ସ୍ବଦେଶୀ ବିହନ ଜରିଆରେ ଚାଷୀଙ୍କ ଉନ୍ନତି ସମ୍ଭବ। କୃଷି ପଦ୍ଧତିରେ ଏଭଳି ବିଚାରକୁ ପ୍ରୟୋଗ କରିବା କାମରେ ପରିଣତ ବୟସରେ ଅଂଟା ଭିଡିଛନ୍ତି ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ବ୍ଲକ ମଦେଇଗାଁର ଜଣାଶୁଣା ଦେଶୀ ଧାନ ସଂରକ୍ଷକ ଶଙ୍କର ପଟ୍ଟନାୟକ। ଶିକ୍ଷକତା ବୃତ୍ତିରୁ ଅବସର ନେବା ପରେ ଆରମ୍ଭ କରିଛନ୍ତି ଦେଶୀ ବିହନର ସୁରକ୍ଷା ସାଙ୍ଗକୁ ପ୍ରସାର। ଏହାର ପ୍ରସାର ଘଟିଲେ ସେମାନଙ୍କୁ  ଋଣ ମୁକ୍ତ କରିବା ସହଜ । ଗାଁ କୁ ଗାଁ ଓ କ୍ଷେତକୁ କ୍ଷେତ ବୁଲି ସେ ଏହି କାମରେ ଲାଗିଛନ୍ତି । ୨୦୧୪ ମସିହାରୁ ସେ ଆରମ୍ଭ କରିଥିବା ଏହି ଯାତ୍ରା ଏବେ ଶହ ଶହ ଚାଷୀ ଓ ଗବେଷକଙ୍କ ପାଇଁ ପାଲଟିଛି ପ୍ରେରଣା । ପ୍ରଥମେ ସେ ନିଜ ଗାଁରୁ ୬ ପ୍ରକାର ଦେଶୀ ବିହନକୁ ଏ ଯାତ୍ରା ଆରମ୍ଭ କରିଥିଲେ । ଏବେ ଏହି ସଂଖ୍ୟା ୯୦୦ରେ ପହଂଚିଛି ।

୯୦୦ ପ୍ରକାରର ଦେଶୀ ଧାନ ବିହନ ସଂଗ୍ରହ ପାଇଁ ସେ ଦଶ ବର୍ଷର ସମୟ ସହିତ ବିନିଯୋଗ କରିଛନ୍ତି ବହୁ ମୂଲ୍ୟବାନ ସମୟ ଓ ସମ୍ବଳ । ବହୁ ମୂଲ୍ୟବାନ ଦେଶୀ ବିହନକୁ ସୁରକ୍ଷା କରି ଶଙ୍କର ବାବୁ ଜିଲ୍ଲା ପାଇଁ ଗର୍ବ ଆଣିଥିବା କୃଷି  ଅଧିକାରୀ କହିଥିବା ବେଳେ ଶଙ୍କର ବାବୁ ଯେଉଁଠି ନୂଆ ପ୍ରଜାତି ଦେଖନ୍ତି ଖୋଜି ଲୋଡି ଆଣିଥାନ୍ତି ବୋଲି କହିଛନ୍ତି ପତ୍ନୀ ।ଶଙ୍କର ବାବୁଙ୍କ ଘର ପାଲଟିଛି ମିନି ସଂଗ୍ରହାଳୟ । ଘରସାରା ସଜ୍ଜିତ ହୋଇ ରହିଛି ନାନା କିସମର ଧାନ କେଣ୍ଡା । ଓହଳି ରହିଥିବା କେଣ୍ଡା ଗୁଡିକରେ ଧାନର ନାଁ ଓ ଗୁଣ ଲେଖା ହୋଇ ରହିଛି । କେବଳ ଏତିକି ନୁହଁ ଶଙ୍କର ବାବୁ ପୃଥକ ଭାବେ ପ୍ଲାଷ୍ଟିକ ଡବା ଗୁଡିକରେ ଧାନକୁ ସାଇତି ରଖିବା ସହିତ ଏହାର ବିସ୍ତୃତ ତଥ୍ୟକୁ ପର ପିଢିଙ୍କ ପାଇଁ କାଗଜରେ ଲେଖି ରଖିଛନ୍ତି । ଶଙ୍କର ବାବୁଙ୍କ ନିକଟରେ ଏବେ ୩୦ ପ୍ରକାର ମାଣ୍ଡିଆ ବିହନ ସହିତ ରହିଛି ୬ ପ୍ରକାର କଳାଜିରା ଧାନ ପ୍ରଜାତି ଓ ଲୋପ ପାଇଯାଇଥିବା ଆଉ କେତେ କେତେ ପ୍ରଜାତି । କଳାଜିରା , ବାସ ଭୋଗ ,ମାଛକଣ୍ଟା ,ନଡ଼ିଆ ଫୁଲ ,କଲା ଡୁବରାଜ ଭଳି ୯୦୦ ପ୍ରଜାତିର ସୁରକ୍ଷା ସହିତ ଏହାକୁ ଚାଷ କରିବା ପାଇଁ ସେ ୩୦୦ ରୁ ଅଧିକ ଚାଷୀଙ୍କୁ ପ୍ରଦାନ କରିଛନ୍ତି । ଅବସର ପରେ ବିଶ୍ରାମ ବଦଳରେ ପରିଣତ ବୟସରେ ଶଙ୍କର ବାବୁ କ୍ଷେତ ଗୁଡିକରେ ବୁଲି ତଦାରଖ କରିବା ସହିତ ଚାଷୀଙ୍କୁ ମାର୍ଗଦର୍ଶନ ଦେଇଥାନ୍ତି । ମଦେଇ ଗାଁର ୧୦/୧୫ ଚାଷୀ ଶଙ୍କର ବାବୁଙ୍କ ଠାରୁ ଦେଶୀ ବିହନ ନେଇ ଚାଷ କରୁଥିବା କହିଥିବାବେଳେ ଶଙ୍କର ବାବୁ କହନ୍ତି ସ୍ବଦେଶୀ ଜୈବିକ କୃଷି ଚାଷୀଙ୍କୁ ଋଣ ମୁକ୍ତ କରିପାରିବ 
 

ACCIDENTS
5m ago
ରାଜଧାନୀରେ ଦୁର୍ଘଟଣା, ୨ ଗୁରୁତର
ଅର୍ଗସ ବ୍ୟୁରୋ: ରାଜଧାନୀରେ ଦୁର୍ଘଟଣା। ଦ୍ରୁତଗତିରେ ଆସି ଟ୍ରାଫିକ ଫୋଷ୍ଟକୁ ଉଡାଇଲା କାର୍ । ବେପରୁଆ ଗାଡ଼ି ଚାଳନାରେ ଉଡ଼ିଲା ଟ୍ରାଫିକ ପୋଷ୍ଟ । 2 ଜଣ ଗୁରୁତର
ସୁନାମି ସଚେତନତା
12m ago
ସୁନାମି ସଚେତନତା ନିହାତି ହେବା ଜରୁରୀ
ଅର୍ଗସ ବ୍ୟୁରୋ: ପ୍ରତିବର୍ଷ ନଭେମ୍ବର ୫ରେ ବିଶ୍ୱ ସୁନାମି ସଚେତନତା ଦିବସ ପାଳନ କରାଯାଏ। ସୁନାମି ବିଷୟରେ ସଚେତନତା ବୃଦ୍ଧି କରିବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ଏହି ଦିବସରେ ସୁନାମି
VIRAT KOHLI
17m ago
୩୬ ବର୍ଷରେ ପାଦ ଥାପିଲେ କିଙ୍ଗ କୋହଲି
ଅର୍ଗସ ବ୍ୟୁରୋ: ଆଜି ଭାରତୀୟ କ୍ରିକେଟର୍ ବିରାଟ କୋହଲିଙ୍କ ଜନ୍ମଦିନ। ଏହି ଅବସରରେ ପୁରୀ ବେଳାଭୂମିରେ ବିଶାଳ ବାଲୁକା କଳା କରି ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକ