ଆଜି ବାହାର ଚନ୍ଦନ ଯାତ୍ରାର ଅନ୍ତିମ ଦିନ
by Argus News
Wed, May 29 | 12:04 p.m.

ପୁରୀ:  ତିନି ରଥରେ ଡେରା ହେଲା ଚକ-ଅଖ । ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ । ବିଧି ଅନୁଯାୟୀ ତିନି ରଥର ଛଅଟି ନାହାକ, ଚକ ସହ ତିନୋଟି ଅଖ ଡେରାଯାଇଛି । ଯାହାକୁ ଚକଅଖ ଡେରା ନୀତି କୁହନ୍ତି । ଏଥିପାଇଁ ବିଶ୍ଵକର୍ମା ମହାରଣାମାନେ ୬ ଟି ନାହାକ ଚକ ଓ ତିନୋଟି ଅଖ ପ୍ରସ୍ତୁତ କରି ରଖିଛନ୍ତି । 

ଶ୍ରୀମନ୍ଦିରରେ ସକାଳ ଧୂପ ନୀତି ବଢିବା ପରେ ତିନି ବାଡର ପୂଜାପଣ୍ଡା ସେବାୟତମାନେ ମହାପ୍ରଭୁଙ୍କ ଆଜ୍ଞାମାଳ ଧରି ରଥଖଳାରେ ଆସିପହଞ୍ଚିଥିଲେ । ସେଠାରେ ଭୋଇ ସେବକମାନେ ଚକ ଅଖ ଡେରା କାର୍ଯ୍ୟ ସମ୍ପନ୍ନ କରିବା ପରେ ତିନି ରଥର ମୁଖ୍ୟ ବିଶ୍ଵକର୍ମାଙ୍କୁ ପୂଜାପଣ୍ଡା ସେବାୟତମାନେ ଆଜ୍ଞାମାଳ ପ୍ରଦାନ କରିଛନ୍ତି । ଆଜ୍ଞାମାଳ ପାଇବା ପରେ ତିନି ରଥରେ ଚକ-ଅଖ ଡେରା ଯାଇଛି । 

ସେପଟେ ଆଜି ବାହାର ଚନ୍ଦନ ଯାତ୍ରାର ଅନ୍ତିମ ଦିନ । ଶ୍ରୀକ୍ଷେତ୍ରରେ ଶ୍ରୀରାମ କୃଷ୍ଣ ଓ ମଦନମୋହନ, ଲକ୍ଷ୍ମୀ ସରସ୍ୱତୀ ସହ ପଞ୍ଚମହାଦେବ ନରେନ୍ଦ୍ର ଜଳରେ ନନ୍ଦା ଓ ଭଦ୍ରାରେ ଅଧିଷ୍ଠିତ ହୋଇ 21 ବାର ଚାପ କ୍ରୀଡା କରିବେ । 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ