23 ରୁ 25 ଶିମିଳିପାଳ ବନ୍ଦ ଘୋଷଣା
by Argus News
Tue, Oct 22 | 5:49 p.m.

ଅର୍ଗସ ବ୍ୟୁରୋ: ବାତ୍ୟାର ପ୍ରଭାକୁ ଦୃଷ୍ଟିରେ ରଖି ଶିମିଳିପାଳ କର୍ତ୍ତୃପକ୍ଷକଙ୍କ ନିଷ୍ପତ୍ତି । ବାତ୍ୟା ପାଇଁ ବନ୍ଦ ରହିବ ଶିମିଳିପାଳ । ପର୍ଯ୍ୟଟକଙ୍କ ପାଇଁ ବଡ ସୂଚନା । 23 ରୁ 25 ଶିମିଳିପାଳ ବନ୍ଦ ଘୋଷଣା ହୋଇଛି । 

ଆସୁଛି ଦାନା; ବଜାରରୁ ଆଳୁ ଉଭାନ୍

ବାତ୍ୟା ଦ୍ୱାରା ପ୍ରଭାବିତ ହେବାକୁ ଥିବା ଜିଲ୍ଲାରେ କଲେଜ ଓ ବିଶ୍ୱ ବିଦ୍ୟାଳୟ ବନ୍ଦ ପାଇଁ ଚିଠି ଲେଖିଲେ ସ୍ୱତନ୍ତ୍ର ରିଲିଫ କମିଶନର । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଆସନ୍ତା ୨୩  ତାରିଖରୁ ୨୫ ତାରିଖ ଯାଏଁ ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ମୟୁରଭଂଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଧା, ନୟାଗଡ଼ ଏବଂ କଟକ ଜିଲ୍ଲାର ସମସ୍ତ କଲେଜ ଓ ବିଶ୍ୱ ବିଦ୍ୟାଳୟ ଛୁଟି  ରହିବ। ପୂର୍ବରୁ ବାତ୍ୟାକୁ ଦୃଷ୍ଟିରେ ରଖି 23 ରୁ 25 14 ଟି ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରିଥିଲେ ରାଜ୍ୟ ସରକାର । 

ଆସନ୍ତାକାଲି ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବ ବୋଲି ପୂର୍ବାନୁମାନ କରାଯାଇଛି । ଧିରେ ଧିରେ ଏହା ସ୍ଥଳଭାଗ ମୁହାଁ ହୋଇ ଭୀଷଣ ବାତ୍ୟା ରୂପ ନେଇ ଓଡ଼ିଶା ଉପକୂଳରେ ଲ୍ୟାଣ୍ଡଫଲ କରିବ । ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳେ ବାତ୍ୟା ଲାଣ୍ଡଫଲ କରିବ । ପୁରୀ ଓ ସାଗର ଦୀପ ମଧ୍ୟରେ ସ୍ଥଳଭାଗ ଛୁଇଁବ। 

ବାତ୍ୟା ପାଇଁ ଟିପିସିଓଡିଏଲ୍‌ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଯୋଜନା ଜାରି

ଲ୍ୟାଣ୍ଡଫଲ ସମୟରେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିପାରେ । ଅତି ବେଶୀରେ ୧୨୦ କିମି ବେଗରେ ବହିପାରେ ପବନ । ଏହା ପ୍ରଭାବରେ ୧୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଆଜି ସନ୍ଧ୍ୟାରେ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେବ । ଆସନ୍ତା ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳେ ଭୀଷଣ ବାତ୍ୟା ରୂପ ନେଇ ସ୍ଥଳଭାଗ ଅତିକ୍ରମ କରିବ। ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୨୦ କିଲୋମିଟର ରହିବ। 


 

ଗ୍ୟାସ ସିଲିଣ୍ଡର
ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ୬ ମୃତ
ଅର୍ଗସ ବ୍ୟୁରୋ: ଉତ୍ତର ପ୍ରଦେଶ ସିକନ୍ଦରାବାଦର ଆଶାପୁରୀ କଲୋନୀରେ ଏକ ଘରେ ଘଟିଥିବା ସିଲିଣ୍ଡର ବିସ୍ଫୋରଣରେ ଅତି କମରେ ୬ଜଣଙ୍କର ମୃତ୍ୟୁ ଘଟିଛି। ବୁଲନ୍ଦସହର ଜିଲା ମାଜିଷ୍ଟ୍ରେଟ ଏଏନଆ
ବେଙ୍ଗାଲୁରୁରେ ନିର୍ମାଣ
ବେଙ୍ଗାଲୁରୁରେ ନିର୍ମାଣାଧୀନ କୋଠା ଭୁଶୁଡ଼ିଲା: ଜଣେ ମୃତ
ଅର୍ଗସ ବ୍ୟୁରୋ: ବେଙ୍ଗାଲୁରୁରେ ଗତ କିଛି ଦିନ ହେଲା ପ୍ରବଳ ବର୍ଷା ଜାରି ରହିଛି । ଏଥିପାଇଁ ଜନଜୀବନ ପ୍ରଭାବିତ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ସହରରେ ଏକ ନିର୍ମାଣାଧୀନ ବହୁତଳ କୋଠା ଭୁଶୁଡ଼
AUSTRALIA
ଅଷ୍ଟ୍ରେଲିଆରେ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ
ଅର୍ଗସ ବ୍ୟୁରୋ: ଅଷ୍ଟ୍ରେଲିଆରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଗତ ଦୁଇ ଦିନ ଧରି ସିଙ୍ଗାପୁରରେ ସମସ୍ତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଆଜି ଅଷ୍ଟ୍ରେଲିଆର ମେଲବର୍ଣ୍ଣର