ମାଛ ତରକାରୀ ପାଇଁ ମା'ର ତଣ୍ଟି ଚିପିଲା ପୁଅ 
by Argus News
Wed, Jul 17 | 11:22 a.m.

ବାଲେଶ୍ୱର:  ମାର ତଣ୍ଟି ଚିପି ହତ୍ୟାକଲା ମଦ୍ୟପ ପୁଅ। ଅଭିଯୁକ୍ତ ପୁଅକୁ ଅଟକ ରଖିଛି ସିମୁଳିଆ ପୋଲିସ। ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ କାଞ୍ଚପଡା ପଞ୍ଚାୟତ ତାଳପଦା ଗାଁର ବାସନ୍ତୀ ମହାନ୍ତିଙ୍କ ବଡ଼ ପୁଅ ଅରୁଣ ମହାନ୍ତି ସବୁଦିନ ମଦ ପିଇ ବିଳମ୍ବିତ ରାତିରେ ଘରକୁ ଫେରୁଥିବାବେଳେ ମା,ପତ୍ନୀ ଏବଂ ପିଲା ମାନଙ୍କୁ ମାରଧର କରିଆସୁଥିଲେ। ଗତକାଲି ବିଳମ୍ବିତ ରାତିରେ ଅରୁଣ ମଦ ପିଇ ଘରକୁ ଆସି ମା ବାଶନ୍ତି ଙ୍କୁ ଖାଇବା ପାଇଁ ମାଗିଥିଲେ l

 

ମା ଖାଦ୍ୟ ଦେବା ପରେ କାହିଁକି ମାଛ ତରକାରୀ ହୋଇନି ବୋଲି ପ୍ରଶ୍ନ କରିଥିଲେ l ମାଛ କେଉଁଠି ଆଣିବି ଟଙ୍କା ନାହିଁ ବୋଲି ମା କହିବାରୁ ଏଥିରେ ପୁଅ ରାଗିଯାଇ ମାକୁ ମାରଧର କରିବା ସହିତ ତଣ୍ଟି ଚିପି ଦେଇଥିଲା।ଏହା ଦେଖି ଅରୁଣଙ୍କ ସ୍ତ୍ରୀ କବିତା ଛଡେଇବାକୁ ଆସିଲା ବେଳେ ତାଙ୍କୁ ମଧ୍ୟ ମାରଧର କରିଥିଲେ l ତଣ୍ଟି ଚିପିବା ପରେ ମା ଅଚେତ ହୋଇ ତଳେ ପଡିଯାଇଥିଲେ l ସ୍ଥାନୀୟ ଲୋକମାନେ ଉଦ୍ଧାର କରିବା ପରେ ମେଡିକାଲ ନେଇଥିଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ବୋହୁ କବିତା ସିମୁଳିଆ ଥାନାରେ ହତ୍ୟା ଅଭିଯୋଗ ପରେ ସିମୁଳିଆ ପୋଲିସ ପୁଅ ଅରୁଣଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି l  

ଅଧିକ ପଢନ୍ତୁ ଓଡିଶା ଖବର 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା