ଉତ୍‌କ୍ଷେପଣ ହେଲା ସ୍ପେସ୍ ଏକ୍ସ କ୍ରିଉ-9
by Argus News
Sun, Sep 29 | 9:49 p.m.

ଅର୍ଗସ ବ୍ୟୁରୋ: ଫେରିବେ ମହାକାଶଚାରୀ ସୁନୀତା ୱିଲିୟମ୍‌ସ । ଆରମ୍ଭ ହେଲା କାଉଣ୍ଟ ଡାଉନ । ସୁନୀତାଙ୍କୁ ମହାକାଶରୁ ଫେରାଇବାକୁ ଗଲା କ୍ରୁ-୯ । ସୁନୀତା ଯାଇଥିବା ମହାକାଶଯାନ ବୋଇଂ ଷ୍ଟାରଲାଇନ୍‌ରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିବାରୁ ଗତ ୬ ଜୁନ ୨୦୨୪ରୁ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନରେ ଫସିରହିଛନ୍ତି ସୁନୀତା ୱିଲିୟମ୍‌ସ ଓ ତାଙ୍କ ସହଯୋଗୀ
ଦୀର୍ଘ ଦିନ ଧରି ମହାକାଶରେ ଫସି ରହିଥିବା ମହାକାଶଚାରୀ ସୁନୀତାଙ୍କୁ ଫେରାଇ ଆଣିବା ପାଇଁ କ୍ରୁ-୯ ଅଭିଯାନ ଆରମ୍ଭ ହୋଇଛି। ଫ୍ଲୋରିଡାର କେପ୍ କାନାଭେରାଲ ସ୍ପେସ୍ ସେଣ୍ଟରରୁ ନାସାରା କ୍ରୁ-୯ ସଫଳତାର ସହ ଉତ୍‌କ୍ଷେପଣ ହୋଇଥିବା ନେଇ ସୂଚନା ଦେଇଛି ନାସା । ଆସନ୍ତା ୩୦ ତାରିଖରେ ରତୀୟ ସମୟ ଭୋର ୩ଟା ସମୟରେ ଏହି ଯାନ ଇଣ୍ଟରନାସନାଲ ସ୍ପେଶ ଷ୍ଟେସନରେ ଓହ୍ଲାଇବ । 

ନାସା ମହାକାଶଚାରୀ ନିକ୍‌ ହେଗ୍‌ ଏହି ମିଶନର ନେତୃତ୍ୱ ନେଉଥିବାବେଳେ ରୁଷିଆର ରସ୍କୋସ୍‌ମୋସ୍‌ ମହାକାଶଚାରୀ ଆଲେକସାନ୍ଦ୍ର ଗୋର୍ବୁନୋଭ ମିଶନ ସ୍ପେଶାଲିଷ୍ଟ ଭାବେ ତାଙ୍କୁ ସହଯୋଗ କରିବେ। ଆସନ୍ତା ବର୍ଷ ଫେବୃଆରୀରେ ହେଗ୍‌ ଓ ଗୋର୍ବୁନୋଭଙ୍କ ସହ ସୁନୀତା ଓ ବୁଚ୍‌ ମଧ୍ୟ ଡ୍ରାଗନ୍‌ କ୍ୟାପସୁଲ ଯୋଗେ ପୃଥିବୀ ଫେରି ଆସିବେ। ଏହା ସହ କ୍ରିଉ-୯ ମିଶନ ଶେଷ ହେବ ବୋଲି ନାସା ସୂଚନା ଦେଇଛି। ତେବେ କ୍ରୁ- ୯ ଆସିବା ପୂର୍ବରୁ କୌଣସି ଜରୁରୀ ପରିସ୍ଥିତି ସୃଷ୍ଟି ହେଲେ କ୍ରୁ-୮ କ୍ରାଡଗ୍ କ୍ୟାପସୁଲ ବ୍ୟବହାର କରାଯିବ ବୋଲି କହିଛି ନାସା ।

ଅଧିକ ପଢ଼ନ୍ତୁ ଓଡିଶା ଖବର...
 

ଉପମୁଖ୍ୟମନ୍ତ୍ରୀ
ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଉଦୟନିଧି ଷ୍ଟାଲିନ
ଅର୍ଗସ ବ୍ୟୁରୋ: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ ତାଙ୍କ ପୁଅ ଉଦୟନିଧିଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତି ଦେବାର ଦିନକ ପରେ ରବିବାର ରାଜ୍ୟପା
ପଶ୍ଚିମବଙ୍ଗରେ
ପଶ୍ଚିମବଙ୍ଗରେ ବନ୍ଦ ହେବ ୧୫୦ ବର୍ଷର ଟ୍ରାମ୍‌ ସେବା
ଅର୍ଗସ ବ୍ୟୁରୋ: କୋଲକାତାରେ ୧୫୦ ବର୍ଷର ଟ୍ରାମ୍‌ ସେବା ବନ୍ଦ ହେବାକୁ ଯାଉଛି। ଟ୍ରାଫିକ୍‌ ଭିଡ଼ ହ୍ରାସ ଏବଂ ଦ୍ରୁତ ପରିବହନ ମାଧ୍ୟମ ପ୍ରଚଳନ ପାଇଁ ପଶ୍ଚିମବଙ୍ଗ ସରକାର କୋଲକାତା
ଏକ୍ସ କ୍ରିଉ-9
ଉତ୍‌କ୍ଷେପଣ ହେଲା ସ୍ପେସ୍ ଏକ୍ସ କ୍ରିଉ-9
ଅର୍ଗସ ବ୍ୟୁରୋ: ଫେରିବେ ମହାକାଶଚାରୀ ସୁନୀତା ୱିଲିୟମ୍‌ସ । ଆରମ୍ଭ ହେଲା କାଉଣ୍ଟ ଡାଉନ । ସୁନୀତାଙ୍କୁ ମହାକାଶରୁ ଫେରାଇବାକୁ ଗଲା କ୍ରୁ-୯ । ସୁନୀତା ଯାଇଥିବା ମହାକାଶଯାନ ବୋଇ