ଆଜି ଶ୍ରୀମନ୍ଦିରରେ କୁମାରପୂର୍ଣ୍ଣିମା ଉପଲକ୍ଷେ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି
by Argus News
Thu, Oct 17 | 7:49 a.m.

ଅର୍ଗସ ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ କୁମାରପୂର୍ଣ୍ଣିମା ଉପଲକ୍ଷେ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ମଧ୍ୟାହ୍ନଧୂପ ଶେଷ ହେବାପରେ ଶ୍ରୀଦେବୀ ଓ ଭୂଦେବୀଙ୍କୁ ଖଟଶେଯ ଘରେ ବିଜେ କରାଯିବା ପରେ ଆଜ୍ଞାମାଳ ପାଇ ଶ୍ରୀସୁଦର୍ଶନ ଚଉଦୋଳରେ ଚାରି ଆଶ୍ରମକୁ ବିଜେ କରିବେ। ସେଠାରେ ପନ୍ତିଭୋଗ ଓ ବନ୍ଦାପନା ନୀତି ସରିବା ପରେ ପଶ୍ଚିମଦ୍ବାର ଦେଇ ପୁନର୍ବାର ଶ୍ରୀମନ୍ଦିର ପ୍ରତ୍ୟାବର୍ତ୍ତନ କରିବେ। ସେପଟେ ଆଜି ବଡସିଂହାର ଭୋଗ ସରିଲେ ରତ୍ନସିଂହାସନ ତଳେ ଓ ଉପରେ ଶକଟା, ପଶା ଓ କଉଡି ଖେଳ ହେବ । 

ଶ୍ରୀମନ୍ଦିରର ପରମ୍ପରାରେ ଏହା ଦ୍ୟୁତକ୍ରୀଡା ନାମରେ ଅଭିହିତ । ସର୍ତ୍ତ ଅନୁଯାୟୀ ଏହି ଦ୍ୟୂତି କ୍ରୀଡାରେ ମା ମହାଲକ୍ଷ୍ମୀଙ୍କ ଠାରୁ ଜଗନ୍ନାଥ ମହାପ୍ରଭୁ ହାରିଯାଇଥିବାରୁ ପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀମାଧବ ସାତଦିନ ପର୍ଯ୍ୟନ୍ତ ଲକ୍ଷ୍ମୀ ମନ୍ଦିରରେ ବନ୍ଧା ରହିବେ। ଅଷ୍ଟମୀ ଦିନ ଅବକାଶ ପୂଜା ସମୟରେ ପୁନଃ ମାଧବ ସିଂହାସନରେ ବିଜେ କରିବେ। ମହାପ୍ରଭୁଙ୍କ ତରଫରୁ ପ୍ରତିନିଧି ମୁଦିରସ୍ତ ଓ ଲକ୍ଷ୍ମୀଙ୍କ ପ୍ରତିନିଧି ଭିତରଚ୍ଛ ମହାପାତ୍ର ୨୧ଟି ହିଙ୍ଗୁଳ କଉଡ଼ି, ୨୧ଟି ରୂପା କଉଡି, ପଶା ଶକଟା ଖେଳମାନ ଖେଳିଥାନ୍ତି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

ଗ୍ୟାସ ସିଲିଣ୍ଡର
ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ୬ ମୃତ
ଅର୍ଗସ ବ୍ୟୁରୋ: ଉତ୍ତର ପ୍ରଦେଶ ସିକନ୍ଦରାବାଦର ଆଶାପୁରୀ କଲୋନୀରେ ଏକ ଘରେ ଘଟିଥିବା ସିଲିଣ୍ଡର ବିସ୍ଫୋରଣରେ ଅତି କମରେ ୬ଜଣଙ୍କର ମୃତ୍ୟୁ ଘଟିଛି। ବୁଲନ୍ଦସହର ଜିଲା ମାଜିଷ୍ଟ୍ରେଟ ଏଏନଆ
ବେଙ୍ଗାଲୁରୁରେ ନିର୍ମାଣ
ବେଙ୍ଗାଲୁରୁରେ ନିର୍ମାଣାଧୀନ କୋଠା ଭୁଶୁଡ଼ିଲା: ଜଣେ ମୃତ
ଅର୍ଗସ ବ୍ୟୁରୋ: ବେଙ୍ଗାଲୁରୁରେ ଗତ କିଛି ଦିନ ହେଲା ପ୍ରବଳ ବର୍ଷା ଜାରି ରହିଛି । ଏଥିପାଇଁ ଜନଜୀବନ ପ୍ରଭାବିତ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ସହରରେ ଏକ ନିର୍ମାଣାଧୀନ ବହୁତଳ କୋଠା ଭୁଶୁଡ଼
AUSTRALIA
ଅଷ୍ଟ୍ରେଲିଆରେ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ
ଅର୍ଗସ ବ୍ୟୁରୋ: ଅଷ୍ଟ୍ରେଲିଆରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଗତ ଦୁଇ ଦିନ ଧରି ସିଙ୍ଗାପୁରରେ ସମସ୍ତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଆଜି ଅଷ୍ଟ୍ରେଲିଆର ମେଲବର୍ଣ୍ଣର