ମହଣ ମହଣ ସୁନା ପିନ୍ଧି ଝଲସୁଛନ୍ତି ଶ୍ରୀଜୀଉ
by Argus News
Wed, Jul 17 | 10:13 p.m.

ଅର୍ଗସ ବ୍ୟୁରୋ: ଶ୍ରୀକ୍ଷେତ୍ରରେ ରାଜରାଜେଶ୍ୱର ବା ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। ରଥାରୁଢ଼ ଶ୍ରୀଜୀଉଙ୍କ ସୁନାବେଶ ଦେଖିବାକୁ ଜନସମୁଦ୍ର ପାଲଟିଛି ପୁରୀ ବଡ଼ଦାଣ୍ଡ। ଆଜି ସନ୍ଧ୍ୟା ଆଳତୀ ଓ ଏକାଦଶୀ ସର୍ବାଙ୍ଗ ପରେ ଆରମ୍ଭ ହୋଇଥିଲା ସୁନାବେଶ ପ୍ରସ୍ତୁତି। ସିଂହଦ୍ବାର ଦେଇ ସେବାୟତମାନେ ରଥ ଉପରକୁ ଗୋଟିକ ପରେ ଗୋଟିଏ ଦୁର୍ମୂଲ୍ୟ ଅଳଙ୍କାର ବୋହି ନେବା ବେଳେ ଝଲସି ଉଠିଥିଲା ଶ୍ରଦ୍ଧାଳୁଙ୍କ ଆଖି। ଆଜି ପବିତ୍ର ହରିଶୟନ ଏକାଦଶୀ ହୋଇଥିବାରୁ ଶ୍ରୀଜୀଉଙ୍କୁ ଦେଖିବାକୁ ପୁରୀ ଜନସମୁଦ୍ର ହୋଇଉଠିଛି। 

ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଶୋଭା ପାଉଛି ମହଣ ମହଣ ସୁନା ଅଳଙ୍କାର। ଶ୍ରୀପୟର, ଶ୍ରୀଭୂଜ ସାଙ୍ଗକୁ ମସ୍ତକରେ ଝଟକୁଛି ସୁବର୍ଣ୍ଣ କିରିଟି। ଅଣ୍ଟାରେ ସୁନାପଟି ଓଡ଼ିଆଣି, କର୍ଣ୍ଣରେ କୁଣ୍ଡଳ, ଆଖି ପତା ଉପରେ ଚନ୍ଦ୍ର ସୂର୍ଯ୍ୟ, ବେକରେ ଘାଗଡ଼ା, ବାହାଡ଼ା, ସେବତୀ, କଦମ୍ବ ଓ ବାଘନଖି ଭଳି ଗହଣା ଗାଣ୍ଠିରେ ବିଭୁଷିତ ହୋଇଛନ୍ତି ଶ୍ରୀଜିଉ। ବ୍ରହ୍ମାଣ୍ଡ ଠାକୁରଙ୍କ ଶ୍ରୀଅଙ୍ଗରେ ଏମିତି ୧୩୮ ପ୍ରକାରର ରତ୍ନ ଖଚିତ ଅଳଙ୍କାର ଲାଗି ହୋଇଛି। ଏହା ସାଙ୍ଗକୁ ତିନି ଦିଅଁ ସ୍ବତନ୍ତ୍ର ଆୟୁଧ ଏବଂ ସ୍ବତନ୍ତ୍ର ଆଭୂଷଣରେ ସଜେଇ ହୋଇଛନ୍ତି।

ସୁବର୍ଣ୍ଣ ଅଳଙ୍କାରରେ ଶ୍ରୀଅଙ୍ଗ ସଜ୍ଜା ପରେ ସୁନାବେଶ ବା ବଡ଼ତଢ଼ାଉ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ। ଆଜି ପାଗ ଭଲ ଥିବାରୁ ସୁନାବେଶ ଦେଖିବା ଲାଗି ବଡ଼ଦାଣ୍ଡରେ ଜମିଛି ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ଼ ଜମିଛି। ତେବେ ଆସନ୍ତାକାଲି ରତ୍ନଭଣ୍ଡାର ଖୋଲିବାକୁ ଥିବାରୁ ଆଜି ସୁନାବେଶ ଦର୍ଶନ ସମୟ ରାତି ୧୧ଟା ପର୍ଯ୍ୟନ୍ତ ଧାର୍ଯ୍ୟ କରାଯାଇଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ମଟନ୍ ବିରିୟାନୀ
3m ago
ଜେଲରେ କଏଦୀଙ୍କୁ ମିଳିବ ମଟନ୍ ବିରିୟାନୀ
ଅର୍ଗସ ବ୍ୟୁରୋ : କଏଦୀଙ୍କ ପାଇଁ ଦଶହରା ଭେଟି । ଜେଲରେ ମିଳିବ ବିରିୟାନୀର ମଜା । ପଶ୍ଚିମବଙ୍ଗ ସରକାରଙ୍କ ନିଷ୍ପତ୍ତି । ଅକ୍ଟୋବର ୯ରୁ ୧୨ ତାରିଖ ଯାଏଁ ଜେଲରେ କଏଦୀଙ୍କୁ ମିଳିବ ସ୍ବାଦିଷ୍
ହରିୟାଣା ନିର୍ବାଚନ
25m ago
ହରିୟାଣା ନିର୍ବାଚନ ; ସଂଧ୍ୟା ୬ଟା ସୁଦ୍ଧା ହୋଇଛି ୬୫ ପ୍ରତିଶତ ମତଦାନ
ଅର୍ଗସ ବ୍ୟୁରୋ : ଶେଷ ହୋଇଛି ହରିୟାଣା ନିର୍ବାଚନ । ନିର୍ବାଚନ କମିଶନ ତଥ୍ୟ ଅନୁସାରେ ସଂଧ୍ୟା 6ଟା ସୁଦ୍ଧା ହୋଇଛି 65 ପ୍ରତିଶତ ମତଦାନ । ଗତ 1 ତାରିଖରେ ଜମ୍ମୁ କାଶ୍ମୀର ନିର୍ବାଚନ ଶେଷ ହେବ
ଏନ୍‌କାଉଣ୍ଟର
34m ago
ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଟଳିଲେ ୩୬ ହାର୍ଡକୋର ମାଓବାଦୀ
ଅର୍ଗସ ବ୍ୟୁରୋ : ଯେଉଁଠି ଦିନେ ଦବଦବା ଜାହିର କରୁଥିଲେ ଲାଲ୍‌ ବାହିନୀ, ଏବେ ସେଠି ଥରହର ସ୍ଥିତି । ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଘନ ଘନ କମ୍ବିଂ । ଏନକାଉଣ୍ଟର ବେଳେ କେତେବେଳ