ପୁରୀରେ ରାଜ୍ୟ ବିଜେପିର କାର୍ଯ୍ୟକାରିଣୀ ଆରମ୍ଭ
by Argus News
Fri, Jul 19 | 3:44 p.m.

ଅର୍ଗସ ବ୍ୟୁରୋ: ପୁରୀରେ ରାଜ୍ୟ ବିଜେପିର କାର୍ଯ୍ୟକାରିଣୀ ଆରମ୍ଭ ହୋଇଛି । ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକାରିଣୀ ବୈଠକ ଚାଲିଛି । ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ୩ ପ୍ରଭାରୀ ଯୋଗ ଦେଲେ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ମନ୍ତ୍ରିପରିଷଦ ସଦସ୍ୟ ଉପସ୍ଥିତ ଅଛନ୍ତି । ଦୁଇ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ଅଛନ୍ତି । ଏହାସହ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ମଧ୍ୟ ଅଛନ୍ତି । 

ଆଜିଠୁ ବିଜେପିର ଦୁଇ ଦିନିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ  । ପୁରୀରେ ଆୟୋଜିତ କାର୍ଯ୍ୟକାରିଣୀକୁ ଉଦଘାଟନ କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା । ଭୁବନେଶ୍ବରରେ ପହଁଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ।  କେନ୍ଦ୍ରରେ ତୃତୀୟ ଥର ମୋଦି ସରକାର ଓ ରାଜ୍ୟରେ ପ୍ରଥମ ଥର ବିଜେପି ସରକାର ଗଠନ ପରେ ବସୁଛି କାର୍ଯ୍ୟକାରିଣୀ । ବିଶେଷ କରି ନୂଆ ସରକାରର ପ୍ରତିଶ୍ରୁତି ପୂରଣ ନେଇ ପ୍ରସ୍ତୁତ ହେବ ରୋଡ୍ ମ୍ୟାପ୍ ।

ଆହୁରି ପଢନ୍ତୁ ରାଜନୀତି ଖବର...

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା