ବାତ୍ୟା ପ୍ରଭାବରେ ଆରମ୍ଭ ହେଲାଣି ବର୍ଷା 
by Argus News
Sun, May 26 | 5:58 p.m.

ଭୁବନେଶ୍ୱର: ସ୍ଥଳଭାଗ ମୁହାଁ ବାତ୍ୟା । ପ୍ରଭାବରେ ପଶ୍ଚିମବଙ୍ଗ ସମେତ ଓଡ଼ିଶାର କିଛି ଜିଲ୍ଲାରେ ଆରମ୍ଭ ହୋଇଗଲାଣି ବର୍ଷା । ବଙ୍ଗୋପସାଗରରେ ଭୀଷଣ ବାତ୍ୟାର ରୂପ ନେଇଛି `ରେମାଲ' । ଉତ୍ତର ବଙ୍ଗୋପସାଗରରେ ଭୀଷଣ ବାତ୍ୟାରେ ପରିଣତ ହୋଇଛି ବାତ୍ୟା ରେମାଲ । ଉତ୍ତର ଦିଗକୁ ଗତି କରିବା ସହ ଆହୁରି ତୀବ୍ର ହୋଇ ଆଜି ମଧ୍ୟ ରାତ୍ରିରେ ଏହା ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳ ଦେଇ ସାଗରଦ୍ବୀପ ଓ ଖେପୁପରା ନିକଟରେ ଅତିକ୍ରମ କରିବ । 

ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି 110ରୁ 120 କିମି ରହିବ। ଏହା ସହ 135 କିମିର ଝଟକା ପବନ ବି ବହିବାର ସମ୍ଭାବନା ରହିଛି । ପଶ୍ଚିମବଙ୍ଗରେ ବାତ୍ୟା ପାଇଁ ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତି । ବିଭିନ୍ନ ସ୍ଥାନରେ NDRF ଟିମ୍‌କୁ ନିୟୋଜିତ କରାଯାଇଛି । କୋଲକାତାରେ ବିମାନ ଚଳାଚଳ ସ୍ଥଗିତ ରଖିବା ସହ ଟ୍ରେନ୍ ଚଳାଚଳ ବି ବାଧାପ୍ରାପ୍ତ ହୋଇଛି । ତେବେ  ଓଡ଼ିଶାରେ ସିଧାସଳଖ ପଡ଼ିବ ନାହିଁ ବାତ୍ୟା ରେମାଲର ପ୍ରଭାବ । ହେଲେ ଆଗାମୀ ୨୪ ଘଣ୍ଟାରେ ରାଜ୍ୟରେ ମେଘୁଆ ପାଗ ସହ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ଉପକୂଳ ଓଡ଼ିଶାରେ ବର୍ଷା ହେବ । ଭଦ୍ରକ, ବାଲେଶ୍ବର, ମୟୁରଭଞ୍ଜ, ଜଗତସିଂହପୁର ଓ କେନ୍ଦ୍ରାପଡାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । 

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି