ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ବୈଠକ 
by Argus News
Mon, Dec 04 | 10:47 a.m.

ଗଜପତି : ଗଜପତି ଜିଲ୍ଲାରେ ବାତ୍ୟା ପ୍ରସ୍ତୁତି । ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ବୈଠକ । ସମସ୍ତ ବିଡିଓ, ତହସିଲଦାର, ଥାନା ଅଧିକାରୀଙ୍କ ସହ ଆଲୋଚନା କରି ଏକ ଟିମ୍ ହୋଇ କାମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଜଳସେଚନ, କୃଷି, ପାନୀୟ ଜଳ ଯୋଗାଣ ଏବଂ ଯୋଗାଣ ଆଦି ବିଭାଗୀୟ ଅଧିକାରୀଙ୍କ ସହ ମଧ୍ୟ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇ ସେମାନଙ୍କୁ ମଧ୍ୟ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ୫ ତାରିଖ ସନ୍ଧ୍ୟା ବେଳକୁ ଗଜପତି ଜିଲାରେ ବର୍ଷା ଆରମ୍ଭ ହେବା ସମ୍ଭାବନା ରହିଛି ।

୬ ତାରିଖ ଦିନ ପ୍ରବଳ ବର୍ଷା ହେବା ସହ ୭ ତାରିଖ ଯାଏଁ ଏହା ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ସବୁ ପ୍ରକାର ପ୍ରସ୍ତୁତି କରାଯାଇଛି । ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଥିବାରୁ ଧାନ, ମାଣ୍ଡିଆ,କପା ଆଦି ଫସଲ ନଷ୍ଟ ହେବା ଆଶଙ୍କା ରହିଛି । ପରିପକ୍ବ ଫସଲକୁ ଅମଳ କରି କୌଣସି ସୁରକ୍ଷିତ ସ୍ଥାନରେ ରଖିବାକୁ ଡାକବାଜି ଯନ୍ତ୍ର ମାଧ୍ୟମରେ ପ୍ରଚାର କରାଯାଉଛି । ବାତ୍ୟା ମୁକାବିଲା ପାଇଁ ଜିଲ୍ଲାକୁ ୨୪ ଜଣିଆ ଓଡ୍ରାଫ ଟିମ୍ ଆସିଛନ୍ତି ।

ଅଧିକ ପଢନ୍ତୁ  ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ