ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା ; ୭ ଜିଲ୍ଲାକୁ ସତର୍କ ସୂଚନା
by Argus News
Wed, Nov 29 | 7:39 a.m.

ଅର୍ଗସ ବ୍ୟୁରୋ : ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ବାତ୍ୟାର ଆଶଙ୍କା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଦକ୍ଷିଣ ଆଣ୍ଡାମାନ ଓ ତାର ପାର୍ଶ୍ବବର୍ତୀ ଅଂଚଳରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଲଘୁଚାପ ଟି  ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆଜି ସୁଦ୍ଧା ଅବପାତର ରୂପ ନେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୪୮ ଘଣ୍ଟାରେ ନେଇପାରେ ବାତ୍ୟାର ରୂପ । ସମ୍ଭାବ୍ୟ ବାତ୍ୟାକୁ ନେଇ ସତର୍କ କରାଇଲେ SRC ।

ଅଧିକ ପଢନ୍ତୁ : ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା: ୨୯ରେ ନେବ ଅବପାତ ରୂପ

 ୧ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା କରାଯାଇଛି ।  ଓଡ଼ିଶା ପ୍ରତି ବିପଦ ନଥିବା କହିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେପଟେ ସମ୍ଭାବ୍ୟ ବାତ୍ୟାକୁ ନେଇ ୭ ଜିଲ୍ଲା ପାଇଁ ସତର୍କତା ଜାରି କରିଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର । ଆସନ୍ତା ୧ ତାରିଖରୁ ସମୁଦ୍ର ଅଶାନ୍ତ ରହିବ । ପବନର ବେଗ ସର୍ବାଧିକ ୭୦ କିଲୋମିଟର ପର୍ଯ୍ୟନ୍ତ ରହିବ । ୨ ତାରିଖରେ ସମୁଦ୍ର ଅଧିକ ଅଶାନ୍ତ ହେବା ସମ୍ଭାବନା ରହିଛି ।

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି