ବିନା ଅନୁମତିରେ ତାଳଗଛ କାଟିଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ
by Argus News
Mon, Jul 01 | 4:18 p.m.

ଅର୍ଗସ ବ୍ୟୁରୋ: ଦିନକୁ ଦିନ ବଢିଚାଲିଛି ବଜ୍ରପାତଜନିତ ମୃତ୍ୟୁ ସଂଖ୍ୟ । ବଜ୍ରପାତ କାରଣରୁ ଅନେକ ଜୀବନହାନି ହେଉଛି । ପୂର୍ବରୁ ତାଳଗଛ ପାଇଁ ବଜ୍ରପାତ ଜନିତ ମୃତ୍ୟୁ ସଂଖ୍ୟା କମ ରହୁଥିଲା । କିନ୍ତୁ ଏବେ ରାଜ୍ୟରେ ତାଳଗଛ ସଂଖ୍ୟା ଦ୍ରୁତ ଗତିରେ ହ୍ରାସ ପାଇଛି । ଯାହାକୁ ଦୃଷ୍ଟିରେ ରଖି ବଡ ନିଷ୍ପତ୍ତି ନେଇଛନ୍ତି ପିସିସିଏଫ୍ ।

ପିସିସିଏଫ ଦେବିଦତ୍ତ ବିଶ୍ୱାଳ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଏଣିକି ମନ ଇଚ୍ଛା କାଟି ପାରିବେନି ତାଳଗଛ । ନିଜ ଜାଗାରେ ଥିବା ତାଳ ଗଛ କାଟିବାକୁ ମଧ୍ୟ ବନବିଭାଗ ଠାରୁ ଅନୁମତି ନେବାକୁ ପଡିବ ।  ରାଜ୍ୟରେ ବଢୁଥିବା ବଜ୍ରପାତ ଜନିତ ମୃତ୍ୟୁକୁ ନେଇ ଏଭଳି ନିୟମ କଡାକଡ଼ି କରାଯାଇଛି  । ବିନା ଅନୁମତିରେ ତାଳ ଗଛ କାଟିଲେ ହେବ କାର୍ଯ୍ୟାନୁଷ୍ଠାନ  ।

କେବଳ ଏତିକି ନୁହେଁ ରାଜ୍ୟରେ କିଭଳି ତାଳଗଛ ସଂଖ୍ୟା ବୃଦ୍ଧି କରାଯିବ ସେନେଇ ମଧ୍ୟ ନିଷ୍ପତ୍ତି ନିଆଯାଇଛି । ଚଳିତ ବର୍ଷ ରାଜ୍ୟରେ ୧୯ ଲକ୍ଷ ତାଳ ଗଛ ଲଗାଯିବାକୁ ନିଷ୍ପତ୍ତି ନେଇଛି ବନ ବିଭାଗ  । ପ୍ରତି ଫରେଷ୍ଟ ବ୍ଲକର ଚାରି ପଟେ ଚାରୋଟି ଲେଖାଏଁ ତାଳ ଗଛ ଲଗାଯିବ  । ଏଥିପାଇଁ ସାଢେ ୭ କୋଟି ଟଙ୍କା ଖର୍ଚ୍ଚ ହେବ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

କୁସୁମା ପ୍ରୋଜେକ୍ଟ
ଖୋଲିଲା ଯାଜପୁର ପୋରାଧ୍ୟକ୍ଷଙ୍କ ମିଛର ପୋଲ୍
ଅର୍ଗସ ବ୍ୟୁରୋ: କୁସୁମା ପ୍ରୋଜେକ୍ଟ ନେଇ କ୍ରୀଡ଼ା ବିଭାଗର ସ୍ପଷ୍ଟୀକରଣ । ଖୋଲିଲା ଯାଜପୁର ପୋରାଧ୍ୟକ୍ଷଙ୍କ ମିଛର ପୋଲ୍ । ପୌରପାଳିକାର ମିଛର ପୋଲ୍ ଖୋଲିଲା କ୍ରୀଡ଼ା ବିଭା
ସୁଧା ମୂର୍ତ୍ତି
ରାଜ୍ୟସଭାରେ ଗର୍ଭାଶୟ କର୍କଟ କଥା ଉଠାଇଲେ ସୁଧା ମୂର୍ତ୍ତି
ଅର୍ଗସ ବ୍ୟୁରୋ: ସୁଧା ମୂର୍ତ୍ତି । ନିଜର ସାଧାରଣ ଜୀବନଯାପନ ଲାଗି ସବୁବେଳେ ଚର୍ଚ୍ଚାରେ ଥାଆନ୍ତି । ହେଲେ ଏବେ ରାଜ୍ୟସଭାରେ ସେ ଯେଉଁପରି ଭାବରେ ଓଜ୍ଵସୀ ଭାଷଣ ଦେଇଛନ୍ତି ତାହାକୁ ନେଇ ପୁର
ଡେଙ୍ଗୁ
ଗତବର୍ଷ ଅପେକ୍ଷା ରାଜ୍ୟରେ ଡେଙ୍ଗୁ କେସ ୧୦୦ ରୁ ୧୫୦ ଅଧିକ ରହିଛି
ଭୁବନେଶ୍ୱର: ଚିନ୍ତା ବଢ଼ାଉଛି ଡେଙ୍ଗୁ । ବର୍ତ୍ତମାନ ବଲାଙ୍ଗିର ଜିଲ୍ଲା ସଇଁତଳାର ଏକ ଗାଁ ହଟସ୍ପଟ୍ ହୋଇଛି । ୧୧ ଡେଙ୍ଗୁ କେସ୍ ସେହି ସ୍ଥାନରେ ଚିହ୍ନଟ ହୋଇଛି । ଗତବର୍ଷ ଅପେକ୍ଷା ରାଜ୍ୟର