ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲ ବାରଣ୍ଡାରେ ଛାତ୍ରଛାତ୍ରୀ ଏବଂ ଅଭିଭାବକଙ୍କ ଧାରଣା
by Argus News
Thu, Jul 18 | 3:54 p.m.

ବାଲେଶ୍ୱର : ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲ ବାରଣ୍ଡାରେ ଛାତ୍ରଛାତ୍ରୀ ଏବଂ ଅଭିଭାବକଙ୍କ ଧାରଣା। ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ମାଖନପୁର ପଞ୍ଚାୟତ ଅଧିନ ଭାଟପଡ଼ା ଗାଁରେ ଥିବା ପି.ଆର. ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କୌଣସି ଶିକ୍ଷକ ନଥିବା ଯୋଗୁଁ ଷଷ୍ଠ ଶ୍ରେଣୀରେ ନାମଲେଖା ହୋଇପାରୁନାହିଁ।  ଫଳରେ ସ୍କୁଲରେ ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲ ବାରଣ୍ଡାରେ ଛାତ୍ରଛାତ୍ରୀ ଏବଂ ଅଭିଭାବକମାନେ ଧାରଣାରେ ବସିଛନ୍ତି। ଭାଟପଡ଼ା ଗାଁରେ ପ୍ରଥମ ଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଥିବାବେଳେ ଉଚ୍ଚ ପ୍ରାଥମିକ ସ୍କୁଲରେ ୨ଜଣ ଶିକ୍ଷକ ଥିଲେ। ହେଲେ ଜଣେ ଶିକ୍ଷକଙ୍କ ଅବସର ହୋଇଥିଲାବେଳେ ଅନ୍ୟଜଣେ ଶିକ୍ଷକଙ୍କ ମୃତ୍ୟୁ ହୋଇଯାଇଛି।

ଏବେ ଏହି ସ୍କୁଲରେ କେହି ଶିକ୍ଷକ ନଥିବା ଯୋଗୁଁ ପଞ୍ଚମ ଶ୍ରେଣୀ ପାସ୍ କରିଥିବା ଛାତ୍ରଛାତ୍ରୀମାନେ ଷଷ୍ଠ ଶ୍ରେଣୀରେ ନାମ ଲେଖେଇ ପାରୁ ନାହାଁନ୍ତି, ଫଳରେ ପାଠ ପଡ଼ିବାରୁ ବଞ୍ଚିତ ହେଉଛନ୍ତି। ଅନ୍ୟ ବିଦ୍ୟାଳୟ ବହୁ ଦୂରରେ ହୋଇଥିବା ଯୋଗୁଁ ଛାତ୍ରଛାତ୍ରୀ ମାନେ ଦୂର ସ୍କୁଲକୁ ଯିବାକୁ ଇଛା ପ୍ରକାଶ କରୁନାହାନ୍ତି। ଏନେଇ ଉପରିସ୍ଥି ଅଧିକାରୀଙ୍କୁ ଗ୍ରାମବାସୀମାନେ ଶିକ୍ଷକ ନିଯୁକ୍ତି ଦାବି କରିଥିଲେ ବି ଏ ପର୍ଯ୍ୟନ୍ତ ଶିକ୍ଷକ ନିଯୁକ୍ତି ହୋଇନାହିଁ। ଯାହାକି ଛାତ୍ରଛାତ୍ରୀ ଏବଂ ଅଭିଭାବକମାନେ ସ୍କୁଲ ବାରଣ୍ଡାରେ ଧାରଣାରେ ବସିଛନ୍ତି। ଶିକ୍ଷକ ନିଯୁକ୍ତି ନହେବା ଯାଏଁ ଏହି ଧାରଣା  ଜାରି ରହିବ ବୋଲି ଛାତ୍ରଛାତ୍ରୀ ଏବଂ ଅଭିଭାବକ ମାନେ ପ୍ରକାଶ କରିଛନ୍ତି।

ଅଧିକ ପଢନ୍ତୁ ଓଡିଶା ଖବର 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା