ହିତାଧିକାରୀଙ୍କୁ ସୂଚନା ପ୍ରଦାନ ଓ ସଚେତନ କରିବା ପାଇଁ ସୁଭଦ୍ରା ସଚେତନତା ରଥ
by Argus News
Fri, Sep 06 | 2:24 p.m.

ଅର୍ଗସ ବ୍ୟୁରୋ:  ସେପ୍ଟେମ୍ବର ୭ରୁ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ ସୁଭଦ୍ରା ସଚେତନତା ରଥ । ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କୁ ସୂଚନା ପ୍ରଦାନ ଓ ସଚେତନ କରିବା ପାଇଁ ଏହି ରଥ ଚାଲିବ । ସଚେତନ ରଥ କେଉଁ ରାସ୍ତାରେ ପରିଭ୍ରମଣ କରିବ ତାହାର ନକ୍ସା ଅଞ୍ଚଳର ଜନପ୍ରତିନିଧି ଓ ଅଂଶଗ୍ରହଣକାରୀଙ୍କୁ ଜଣାଯିବ । ଫଳରେ ଜନପ୍ରତିନିଧିମାନେ କାର୍ଯ୍ୟକ୍ରମରେ ସାମିଲ ହୋଇପାରିବେ । ଏହି ସଚେତନତା ଭ୍ୟାନ ପରିକ୍ରମା ପାଇଁ ବ୍ଲକ, ଜିଲ୍ଲା ସହିତ କେବଳ ଭ୍ୟାନ ପାଇଁ ଜଣେ ଜଣେ ନୋଡାଲ ଅଧିକାରୀ ଦାୟିତ୍ବରେ ରହିବେ ।

ସବୁ କମନ ସର୍ଭିସ ସେଣ୍ଟର ଓ ମୋ ସେବା କେନ୍ଦ୍ରରେ ସୂଚନା ପ୍ରଚାର ପତ୍ର ଉପଲବ୍ଧ ହେବା ସହ ପୋଷ୍ଟର ବ୍ୟାନନର ଆଦି ଲଗାଯିବ । ଏଥିପାଇଁ ଜିଲ୍ଲାପାଳମାନଙ୍କୁ ନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେପେଟେ ରାଉରକେଲା ଓ ବାରିପଦାରେ ସୁଭଦ୍ରା ଉତ୍ସାହ । ପୋଷ୍ଟ ଅଫିସ ସାମନାରେ ମହିଳାଙ୍କ ଲମ୍ବା ଲାଇନ । ଫର୍ମ ଆବେଦନ ପାଇଁ ଜନସେବା କେନ୍ଦ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ