କାଲି ଆସିବ ସୁଭଦ୍ରା ଟଙ୍କା
by Argus News
Tue, Oct 08 | 7:49 p.m.

ଅର୍ଗସ ବ୍ୟୁରୋ: ସୁଭଦ୍ରା ଯୋଜନାରେ ରେଜିଷ୍ଟ୍ରେସନ କଲେଣି ୧ କୋଟିରୁ ଉର୍ଦ୍ଧ୍ଵ ମହିଳା । ବୁଧବାର ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ହିତାଧିକାରୀଙ୍କୁ ମିଳିବ ଟଙ୍କା । ଆସନ୍ତା କାଲି ବାରିପଦାରେ ୧୨ଟା ପୂର୍ବରୁ ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ୫ ହଜାର ଟଙ୍କା ପଠାଇବେ ମୁଖ୍ୟମନ୍ତ୍ରୀ । କାଲି ୩୫ ଲକ୍ଷରୁ ଉର୍ଦ୍ଧ୍ଵ ମହିଳାଙ୍କ ଆକାଉଣ୍ଟକୁ ଯିବ ସୁଭଦ୍ରା ଟଙ୍କା । 
ଇତିହାସରେ ପ୍ରଥମ ଥର ମାସେ ଭିତରେ ୧ କୋଟିରୁ ଅଧିକ ମହିଳା ଘରୁ ବାହାରି କୌଣସି ଯୋଜନାରେ ନିଜେ ରେଜିଷ୍ଟ୍ରେସନ କରିଛନ୍ତି । 

 ସୁଭଦ୍ରା ସହରରୁ ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ୨ୟ ପର୍ଯ୍ୟାୟ ଟଙ୍କା ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ଚଳଚଞ୍ଚଳ ବାରିପଦା ସହର, ଉତ୍ସାହିତ ମହିଳା । ପ୍ରଥମ ପର୍ଯ୍ୟାୟ ଟଙ୍କା ଭୁବନେଶ୍ୱରରୁ ପ୍ରଧାନମନ୍ତ୍ରୀଙ୍କ ପଠାଇଥିବା ବେଳେ  ଦ୍ଵିତୀୟ ପର୍ଯ୍ୟାୟରେ ମହିଳାଙ୍କୁ ବାରିପଦାରୁ ଟଙ୍କା ପଠାଇବେ ମୁଖ୍ୟମନ୍ତ୍ରୀ । ଛଉ ପଡିଆରେ ଚୂଡାନ୍ତ ପର୍ଯ୍ୟାୟରେ ସୁଭଦ୍ରା କାର୍ଯ୍ୟକ୍ରମ ପ୍ରସ୍ତୁତି । ଆସନ୍ତାକାଲି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ । ତେଣୁ ବାରପଦାରେ ପହଞ୍ଚି ପ୍ରଥମେ ମୁଖ୍ୟମନ୍ତ୍ରୀ ବାରିପଦା ପୌର ପରିଷଦ କାର୍ଯ୍ୟାଳୟ ଠାରେ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୁର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ । ତାପରେ ଛଉ ପଡିଆରେ ଠାରେ ସୁଭଦ୍ରା ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଅର୍ଥ ପ୍ରଦାନ କାର୍ଯ୍ୟକ୍ରମରେ ଯୋଗଦେବେ ।

ତେବେ ୧ କୋଟିରୁ ଉର୍ଦ୍ଧ୍ଵ ସବୁ ଯୋଗ୍ୟ ହିତାଧିକାରୀଙ୍କୁ ଚଳିତ ବର୍ଷ ଡିସେମ୍ବର ମାସ ସୁଦ୍ଧା ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ମିଳିବ ବୋଲି କହିଛନ୍ତି ସରକାର ।

ଗ୍ରାଚୁଇଟି ସୀମା
28m ago
୨୦ ଲକ୍ଷ ହେଲା ସରକାରୀ କର୍ମଚାରୀମାନଙ୍କ ଗ୍ରାଚୁଇଟି ସୀମା
ଅଗର୍ସ ବ୍ୟୁରୋ : ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ଗ୍ରାଚୁଇଟି ସୀମା ୧୫ ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି। ପିଛିଲା ଭାବେ ୨୦୨୪ ଜାନୁଆରୀ ୧ ରୁ ଲାଗୁ ହେବ। ରାଜ୍ୟର ସରକାରୀ କର୍ମଚାର
ସୁଭଦ୍ରା ଯୋଜନା
46m ago
ଅସହାୟଙ୍କ ସାହାର ସୁନିଲ, ସାଜିଛନ୍ତି ସୁଭଦ୍ରା ଯୋଜନାର ସାରଥୀ
ସମ୍ବଲପୁର : କିଏ ଚାଲି ପାରୁ ନାହିଁ, ତ କିଏ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବାପାଇଁ ଅନ୍ୟର ସାହାରା ଲୋଡୁଛି, ସେ ପରିସ୍ଥିତିରେ ଅନେକ ଅସହାୟ, ଗର୍ଭବତୀ, ଦିବ୍ୟାଙ୍ଗ ମହିଳାମାନ
ହରିୟାଣା
ହରିୟାଣାରେ ଫେଲ ମାରିଲା ସମସ୍ତ ଏକଜିଟ୍ ପୋଲର ଆକଳନ
ନୂଆଦିଲ୍ଲୀ: ଭୁଲ୍ ପ୍ରମାଣିତ ହେଲା କଂଗ୍ରେସର ସବୁ ଆସ୍ଫାଳନ । ହରିଆଣାରେ ଫେଲ୍ ମାରିଲା ସମସ୍ତ ଏକଜିଟ୍ ପୋଲର ଆକଳନ । ମୋଦିଙ୍କ ବିଶ୍ବସ୍ତ ସିପାହୀଙ୍କ ରଣନୀତି ଆଗରେ ବିରୋଧୀ ହେଲେ ଚିତ୍