ଆଜି ହେଉଛି ପବିତ୍ର ସୁନିଆଁ ଉତ୍ସବ
by Argus News
Sun, Sep 15 | 7:20 a.m.

ଅର୍ଗସ ବ୍ୟୁରୋ: ଆଜି ହେଉଛି ପବିତ୍ର ସୁନିଆଁ ଉତ୍ସବ। ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହେବ 1432 ସାଲ ଓ 68 ଅଙ୍କର ପ୍ରବେଶ। ଏହି ଅବସରରେ ଆଜି ସନ୍ଧ୍ୟାରେ ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳିତ ହେବ ସୁନିଆଁ ଉତ୍ସବ। ଆଜିଠାରୁ ଗଜପତି ମହାରାଜାଙ୍କର 68 ଅଙ୍କ ଆରମ୍ଭ ହେବ। ଜାତକ ଓ ପାଞ୍ଜି, ଅଙ୍କ ଗଣନାର ରହିଛି ବିଶେଷ ମହତ୍ତ୍ବ। 

ସୁନିଆଁ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯିବ। କନକଦୂର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ ,ନୃସିଂହ ଆଦି ଦେବାଦେବୀଙ୍କୁ ପୂଜାର୍ଚ୍ଚନା କରିବେ ଗଜପତି ମହାରାଜ। ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ। ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନହରରେ ସୁନିଆଁର ବିଶେଷ ପର୍ବ ଆରମ୍ଭ ହେବ। 

ଏହି ଅବସରରେ ଶ୍ରୀନହର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ବର୍ଣ୍ଣ ମୁଦ୍ରା ପ୍ରଚଳନ କରାଯିବ।  ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀ ନୃସିଂହ ଆଦି ଦେବାଦେବୀଙ୍କ ଚିହ୍ନ ଥିବା ମୁଦ୍ରାକୁ ନହର କରଣ ପ୍ରଚଳନ କରାଇବା ସହ ଗଜପତି ମହାରାଜ ଏହାକୁ ଘୋଷଣା କରିବେ।

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ