ବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଲେ ସୁରମା ପାଢ଼ୀ
by Argus News
Wed, Jun 19 | 11:49 a.m.

ଭୁବନେଶ୍ୱର:  ବାଚସ୍ପତି ପାଇଁ ରଣପୁର ବିଧାୟିକା ସୁରମା ପାଢୀଙ୍କ ନାଁ ଘୋଷଣା କଲା ବିଜେପି । ଘୋଷଣା ପରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ସୁରମା । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂ ଦେଓ, ପ୍ରଭାତୀ ପରିଡାଙ୍କ ଉପସ୍ଥିତିରେ ସେ ନାମାଙ୍କନ ଭରିଛନ୍ତି । ଏନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରତିକ୍ରିୟା ରଖି କହିଛନ୍ତି, କେବଳ ସୁରମା ପାଢୀ ବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଛନ୍ତି । ସୁରମା ପାଢୀ ନାମାଙ୍କନ ଭରିବା ନେଇ ନବୀନ ସହମତି ଭରିଥିବା କହିଛନ୍ତି ମୁକେଶ ମହାଲିଙ୍ଗ ।

ଆହୁରି ପଢନ୍ତୁ ଓଡିଶା ଖବର...

ଚାଲେଞ୍ଜ
ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ
ଭୁବନେଶ୍ୱର: ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ। ପୂଜା ମଣ୍ଡପ ସୁରକ୍ଷା ଠାରୁ ଆରମ୍ଭ କରି ଟ୍ରାଫିକ ନିୟନ୍ତ୍ରଣ, ସବୁକିଛି କିଭଳି ସୁଚାରୁ ରୂପେ ସମାପନ କରାଯି
ନର୍ସିଂ ସଂଘ
ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହେଲା ନର୍ସିଂ ସଂଘ
ଭୁବନେଶ୍ୱର: ଆନ୍ଦୋଳନରୁ ଓହରିବେ ନର୍ସିଂ ସଂଘ। ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛି ନର୍ସିଂ ସଂଘ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେ
ଦହି
ଉଚ୍ଚ କୋଲେଷ୍ଟ୍ରଲ କମାଇବ ଦହି
ଅର୍ଗସ ବ୍ୟରୋ: କୋଲେଷ୍ଟ୍ରଲ ଧମନୀରେ ବ୍ଲକେଜ୍ ସୃଷ୍ଟି କରେ ଏବଂ ଉଚ୍ଚ ରକ୍ତଚାପର କାରଣ ହୋଇପାରେ । ଏପରି ପରିସ୍ଥିତିରେ ଆସନ୍ତୁ ଜାଣିବା ଏହି କାମ୍ ହେବାରେ ଦହିର ବ୍ୟବହାର କିପରି ସହାୟକ ହୁ