ଗର୍ଭବତୀ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ
by Argus News
Thu, Feb 29 | 4:16 p.m.

ଅର୍ଗସ ବ୍ୟୁରୋ: ବାଲେଶ୍ଵର ଜିଲ୍ଲା ଖଇରା ଥାନା ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧିନ ମଇଁସାମୁଣ୍ଡା ଗାଁର ଦୀପକ ବେହେରାଙ୍କ  ଗର୍ଭବତୀ ପତ୍ନୀ ସସ୍ମିତାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ସସ୍ମିତାଙ୍କୁ ଶ୍ବଶୁର ଘର ଲୋକେ ହତ୍ୟା କରିଥିବା ନେଇ ଅଭିଯୋଗ ଆଣିଲେ ବାପଘର ଲୋକେ। 

ସସ୍ମିତା ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଶ୍ବଶୁର ଘର ଲୋକେ କହିଥିବା ବେଳେ ସ୍ୱାମୀ ଦୀପକଙ୍କୁ ଖଇରା ପୋଲିସ ଥାନାରେ ଅଟକ ରଖି ତଦନ୍ତ ଚଳାଇଛି।ଘଟଣା ସ୍ଥଳରେ ସାଇଣ୍ଟଫିକ ଟିମ ପହଞ୍ଚି ତଦନ୍ତ କରିବା ସହିତ ଶବ ବ୍ୟବଛେଦ ପାଇଁ ପଠାଇଛି। ମୃତ ସସ୍ମିତା ଖଇରା ଥାନା ସାରୁଗାଁ ପଞ୍ଚାୟତ ମିଟୁଆଣି ଗାଁର କୈଳାସ ସାହୁଙ୍କ ଝିଅ ହୋଇଥିବା ବେଳେ ସେ ୬ବର୍ଷ ତଳେ ମଇଁସାମୁଣ୍ଡା ଗାଁର ଭରତ ବେହେରାଙ୍କ ପୁଅ ଦୀପକ ବେହେରାଙ୍କୁ ବିବାହ କରିଥିଲେ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

ସର୍ବଭାରତୀୟ ନିଟ
10m ago
ସର୍ବଭାରତୀୟ ନିଟ ପରୀକ୍ଷାରେ ସଫଳ ହେବା ସହ ଡାକ୍ତର ହେବେ ଦିପୁ
ଅର୍ଗସ ବ୍ୟୁରୋ: ଜୀବନର ସଂଘର୍ଷ ତାଙ୍କୁ ଶିଖାଇଦେଇଛି ବଞ୍ଚିବା। ଯେଉଁ ବୟସରେ ବାପାଙ୍କ ହାତ ଧରି ଏ ଦୁନିଆକୁ ଦେଖିବା କଥା। ସେ ବୟସରେ ବିଧାତା ବି ତାଙ୍କୁ କଷଣ ଦେଇଛି। କିନ୍ତୁ ବାପାଙ୍
ମାଓ ପ୍ରବଣ ଅଞ୍ଚଳରେ
ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ
ଅର୍ଗସ ବ୍ୟୁରୋ: ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ। ଗଞ୍ଜେଇ ଚାଷ ଉପରେ ଅଙ୍କୁଶ ଲଗାଇ ମାଓବାଦୀଙ୍କ ଆୟ ଉପରେ ଲାଗିବ କଟକଣା। ଗଞ୍ଜେଇ ଚାଷ ବନ୍ଦ ହେଲ
ଉଚ୍ଚ ଜୁଆର
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି