ଚାମ୍ପିୟନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବନି ଟିମ୍ ଇଣ୍ଡିଆ
by Argus News
Thu, Jul 11 | 12:26 p.m.

ଅର୍ଗସ ବ୍ୟୁରୋ: ଚାମ୍ପିୟନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯାଇନପାରେ ଟିମ୍ ଇଣ୍ଡିଆ । ଅନ୍ୟସ୍ଥାନରେ ମ୍ୟାଚ୍ ଖେଳିବାକୁ ଆଇସିସିକୁ ଅପିଲ କରିବ ବିସିସିଆଇ । ଦୁବାଇ କିମ୍ବା ଶ୍ରୀଲଙ୍କାରେ ହୋଇପାରେ ମ୍ୟାଚ । ଏଭଳି ସ୍ଥିତିରେ ହାଇବ୍ରିଡ ମଡେଲରେ ମ୍ୟାଚ୍ ଖେଳାଯିବାର ସମ୍ଭାବନା ସୃଷ୍ଟି ହୋଇଛି । ପୂର୍ବରୁ ଏସିଆ କପରେ ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳିଥିଲା । ହାଇବ୍ରିଡ ମଡେଲରେ ଏସିଆ କପର ସମସ୍ତ ମ୍ୟାଚ୍ ଶ୍ରୀଲଙ୍କାରେ ଖେଳିଥିଲା ଭାରତୀୟ ଟିମ୍ ।

ଆସନ୍ତା ୨୦୨୫ ଫେବ୍ରୁଆରୀରେ ପାକିସ୍ତାନରେ ଖେଳାଯିବ ଚାମ୍ପିୟନ୍ସ ଟ୍ରଫି । ଏନେଇ ପାକିସ୍ତାନ ପକ୍ଷରୁ ସମସ୍ତ ମ୍ୟାଚ୍ ସୂଚୀ ଆଇସିସିକୁ ପ୍ରଦାନ କରାଯାଇଛି । ଯେଉଁଥିରେ ସୁରକ୍ଷା ଦୃଷ୍ଟିକୋଣରୁ ଭାରତର ସମସ୍ତ ମ୍ୟାଚ୍ ଲାହୋରରେ ଖେଳାଯିବାକୁ ସ୍ଥିରୀକୃତ ହୋଇଛି । କିନ୍ତୁ ବିସିସିଆଇ ପକ୍ଷରୁ ପାକିସ୍ତାନରେ ମ୍ୟାଚ୍ ଖେଳିବା ନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । କିନ୍ତୁ ଏସବୁ ଭିତରେ ପାକିସ୍ତାନକୁ ମ୍ୟାଚ୍ ଖେଳିବାକୁ ଭାରତ ଯାଇନପାରେ ବୋଲି ବିସିସିଆଇର ବିଶ୍ୱସ୍ତ ସୂତ୍ରରୁ ଖବର ସରବରାହ ସଂସ୍ଥା ଏଏନଆଇକୁ ସୂଚନା ମିଳିଛି । ତେବେ ପାକିସ୍ତାନକୁ ଭାରତୀୟ ଟିମ୍ ଖେଳିବାକୁ ଯିବ କି ନାହିଁ ତାହାର ଶେଷ ନିଷ୍ପତ୍ତି ଭାରତ ସରକାର ନେବେ। 

ଅଧିକ ପଢ଼ନ୍ତୁ କ୍ରୀଡ଼ା ଖବର 
 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା