ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଭଦ୍ରକରେ ଉତ୍ତେଜନା
by Argus News
Sat, Sep 28 | 7:20 a.m.

ଅର୍ଗସ ବ୍ୟୁରୋ:  ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଭଦ୍ରକରେ ଉତ୍ତେଜନା । ଆଇନ ଶୃଙ୍ଖଳା ସ୍ଥିତି ନିୟନ୍ତ୍ରଣ ପାଇଁ ମୁତୟନ ହୋଇଛନ୍ତି 10 ପ୍ଲାଟୁନ୍ ଫୋର୍ସ । ପୁରୁଣା ବଜାରରେ ଲାଗୁ ହୋଇଛି ବିଏନଏସଏସର ଧାରା 163 । ରାତିରେ ଫ୍ଲାଗ୍ ମାର୍ଚ୍ଚ କରିଛି ପୋଲିସ । ସୋସିଆଲ୍ ମିଡିଆ ପୋଷ୍ଟ ପରେ ଭଦ୍ରକରେ ସୃଷ୍ଟି ହୋଇଛି ଉତ୍ତେଜନାମୂଳକ ସ୍ଥିତି । ପୋଲିସ ଉପରେ ଆକ୍ରମଣ ସହ ପ୍ରଶାସନିକ ଅଧିକାରୀଙ୍କ ଗାଡ଼ି ଭାଙ୍ଗିଥିଲେ ଦୁର୍ବୃତ୍ତ । ପୋଲିସ ଉପରେ ଆକ୍ରମଣ ପରେ ପୁରୁଣା ବଜାର ଥାନାରେ ହୋଇଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ। ଭଦ୍ରକ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ, ପୂର୍ବାଞ୍ଚଳ ଡିଆଇଜି ସତ୍ୟଜିତ ନାୟକ, ଭଦ୍ରକ ବିଧାୟକ ସୀତାଂଶୁ ଶେଖର ମହାପାତ୍ର, ଏସପି ବରୁଣ ଗୁଣ୍ଟୁପାଲି, ଅତିରିକ୍ତ ଜିଲ୍ଲାପାଳ ଶାନ୍ତନୁ ମହାନ୍ତି ପ୍ରମୁଖ ବୈଠକରେ ସାମିଲ ହୋଇଥିଲେ ।

ପୋଲିସ ଉପରେ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ଭଦ୍ରକ ବିଧାୟକ ସୀତାଂଶୁ ଶେଖର ମହାପାତ୍ର । ସୋସିଆଲ୍ ମିଡିଆରେ ବିବାଦୀୟ ପୋଷ୍ଟ ନ କରିବାକୁ ନିବେଦନ କରିଛନ୍ତି ଡିଆଇଜି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ପ୍ଲାଣ୍ଟରେ ବିସ୍ଫୋରଣ
ନିଆଁ ପିଣ୍ଡୁଳା ସଫେଇ ସମୟରେ ଅଘଟଣ; 5 ଗୁରୁତର
ରାଉରକେଲା: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବିସ୍ଫୋରଣ । Sms 1 ରେ ଘଟିଛି ବିସ୍ପୋରଣ । ସକାଳ ୯ ସମୟରେ sms 1 ରେ ସେଡ଼ରେ ନିଆଁ ପିଣ୍ଡୁଳା ସଫେଇ ସମୟରେ ଘଟିଛି ବିସ୍ଫୋରଣ । ବିସ୍ଫୋରଣର
ଭରତପୁର ଥାନା ଘଟଣା
ଭରତପୁର ଥାନା ଘଟଣା:ଗୁଜୁରାଟରେ  ୫ ପୋଲିସ ଅଧିକାରୀଙ୍କର ହେବ ପଲିଗ୍ରାଫ ଟେଷ୍ଟ
ଅର୍ଗସ ବ୍ୟୁରୋ:ଭରତପୁର ଥାନା ଘଟଣାକୁ ନେଇ ଏବେବି ଜାରି ରହିଛି ସସ୍ସପେନ୍ସ,ସତ ପାଇଁ ଚାଲିଛି ମହାନାଟକ,କେବେ ଧରାପଡିବ ସତ,ସାଧାରଣରେ ଉଠିଛି ପ୍ରଶ୍ନ। ଫଳାଫଳ ଉପରେ ରହିଛି ସମସ୍ତଙ୍କ ନଜର
ବିଦ୍ୟାଳୟରେ ତାଲା
ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର, ବିଦ୍ୟାଳୟରେ ପଡିଲା ତାଲା
ମାଲକାନଗିରି: ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର । ବିଦ୍ୟାଳୟରେ ପଡିଲା ତାଲା । ଛାତ୍ରଛାତ୍ରୀମାନେ ବାରଣ୍ଡାରେ ବସି ପଢିଲେ ପାଠ । ନାମକୁ ମାତ୍ର ପ୍ରଧାନଶିକ୍ଷକ । ଦିନେ ହେଲେ ମଧ୍