ଶ୍ରୀକ୍ଷେତ୍ରରେ ଶ୍ରାଦ୍ଧ ଦେଲେ ହଜାର ହଜାର ଶ୍ରଦ୍ଧାଳୁ
by Argus News
Wed, Oct 02 | 6:50 p.m.

ପୁରୀ: ଆଜି ହେଉଛି ପବିତ୍ର ମହାଳୟା ଅମାବାସ୍ୟା । ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ ଭାବେ ପାଳନ କରାଯାଇଥାଏ । ଯେଉଁ ତିଥିରେ ଯାହାଙ୍କର ପିତା ମୃତ୍ୟୁବରଣ କରିଥାନ୍ତି ସେହି ତିଥିରେ ଶ୍ରାଦ୍ଧ ଦେବାର ପରମ୍ପରା ରହିଛି । ଯେଉଁ ଗୃହସ୍ଥ ଏହି ପନ୍ଦର ଦିନ ମଧ୍ୟରେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଦେଇ ନଥାନ୍ତି ସେହିମାନେ ମହାଳୟା ଅମାବାସ୍ୟା ଦିନ ଶ୍ରାଦ୍ଧ ଓ ତିଳତର୍ପଣ କରିଥାନ୍ତି । କିଏ ଶ୍ରୀମନ୍ଦିର ଚତୁଃପାର୍ଶରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ ଓ ପିଣ୍ଡଦାନ କରିଥାଏ ତ ଆଉ କିଏ ନିଜ ବାସଭବନ, ମହୋଦଧି ଓ ପଞ୍ଚତୀର୍ଥ ପୁଷ୍କରିଣୀରେ ତର୍ପଣ କରିଥାନ୍ତି । ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ଦେବା ପାଇଁ ଲୋକମାନେ ଶ୍ରୀକ୍ଷେତ୍ରକୁ ଅଧିକ ପସନ୍ଦ କରିଥାନ୍ତି ।

ଆଜିର ଏହି ମହାଳୟା ତିଥିରେ ହଜାର ହଜାର ଭକ୍ତ ଓ ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିବାର ସୁଯୋଗ ଲାଭ କରିଛନ୍ତି । ମହୋଦଧି , ଇନ୍ଦ୍ରଦ୍ୟୁମ୍ନ, ନରେନ୍ଦ୍ର, ଶ୍ୱେତଗଙ୍ଗା ଓ ମାର୍କଣ୍ଡେୟ ଆଦି ତୀର୍ଥ ପୁଷ୍କରିଣୀମାନଙ୍କରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ଦେଇଛନ୍ତି ହଜାର ହଜାର ଶ୍ରଦ୍ଧାଳୁ । 22 ପାହାଚରେ ଶ୍ରାଦ୍ଧ ବନ୍ଦ ଥିବାରୁ ଶ୍ରୀମନ୍ଦିର ଉତ୍ତରଦ୍ୱାର ସମ୍ମୁଖ ଭାଗରେ ପିଣ୍ଡଦାନ ପାଇଁ ପ୍ରବଳ ଗହଳି ଦେଖିବାକୁ ମିଳିଥିଲା । ତେବେ ଏହି ପିତୃପକ୍ଷରେ ପ୍ରତ୍ୟେକ ଗୃହସ୍ଥ ନିଜର ପିତୃପିତାମହଙ୍କ ଉଦ୍ଦେଶ୍ୟରେ ତର୍ପଣ କରିଥିଲେ । ପିତୃପକ୍ଷରେ ବିଶେଷକରି ପିତା,ପିତାମହ,ପ୍ରପିତାମହ,ମାତା,ପିପିତାମୟି,ପ୍ରପିତାମୟି,ମାତାମହ,ପ୍ରପ୍ରମାତାମହ,ବୃଦ୍ଧ ପ୍ରମାତାମହ ଆଦିଙ୍କ ଉଦ୍ଦେଶ୍ୟରେ ତର୍ପଣ କରିଥିଲେ । ପିତୃପକ୍ଷରେ ପୁତ୍ରଙ୍କ ହସ୍ତରୁ ଜଳଟିକେ ପାଇ ତୃପ୍ତ ହେବାକୁ ପିତୃପୁରୁଷ ଚାହିଁ ରହିଥାନ୍ତି। ଏହି ପିତୃପକ୍ଷରେ ଶ୍ରାଦ୍ଧ ଓ ତିଳତର୍ପଣ କଲେ ପିତୃପୁରୁଷ ଆତ୍ମତୃପ୍ତି ଲାଭ କରିଥାନ୍ତି ବୋଲି ବିଶ୍ୱାସ ରହିଛି। 


ସେପଟେ ଶାରଦୀୟ ଦୂର୍ଗାତ୍ସୋବ ଅବସରରେ ଶ୍ରୀକ୍ଷେତ୍ରରେ ଆଜିଠୁ ମହାପ୍ରଭୁଙ୍କ ଆରମ୍ଭ ହୋଇଛି ଗୁପ୍ତଗୁଣ୍ଡିଚା । ଦୁର୍ଗାମାଧବ ଉପାସନାର ପ୍ରତୀକ ସ୍ୱରୂପ ଶ୍ରୀଜଗନ୍ନାଥ ଗୁପ୍ତଗୁଣ୍ଡିଚାରେ ସକାଳଧୂପ ପରେ ମା' ମହାଲକ୍ଷ୍ମୀ ସ୍ଵରୁପା ମା' ଦୁର୍ଗାଙ୍କୁ ନେଇ ଦୋଳମଣ୍ଡପ ସାହି ସ୍ଥିତ ନାରାୟଣୀ ମନ୍ଦିରକୁ ବିଜେ କରିଛନ୍ତି । ମା'ଲକ୍ଷ୍ମୀଙ୍କୁ ପବିତ୍ର ରଥଯାତ୍ରା ସମୟରେ ଶ୍ରୀଜୀଉମାନେ ଗୁଣ୍ଡିଚା ଘରକୁ ନେଇନଥିବାବେଳେ ନୀଳାଦ୍ରିବିଜେ ସମୟରେ ଅଭିମାନିନୀ ମା' ଲକ୍ଷ୍ମୀଙ୍କୁ ଗୁପ୍ତଗୁଣ୍ଡିଚାରେ ଯିବା ପାଇଁ ପ୍ରତିଶୃତି ଦେଇଥିଲେ ପ୍ରଭୁ ଶ୍ରୀଜଗନ୍ନାଥ ।

ତେବେ ସେହି ପ୍ରତିଶୃତି, ସଂସ୍କୃତି ଓ ପରମ୍ପରାକୁ ରକ୍ଷା କରି ଏହି ଗୁପ୍ତଗୁଣ୍ଡିଚା ଅନୁଷ୍ଠିତ ହେବାର  ପରମ୍ପରା ରହିଥିବା ଗବେଷକ ମତ ଦେଇଛନ୍ତି । ଆଶ୍ବିନ ମାସରେ ଷୋଳପୂଜା ସମୟରେ ପ୍ରଥମ 8 ଦିନ ଦୁର୍ଗା ମାଧବ ଶ୍ରୀମନ୍ଦିର ପରିସରରେ ଥିବା ମା' ବିମଳାଙ୍କ ମନ୍ଦିର ଜଗମୋହନରେ ପୂଜା ପାଉଥିବାବେଳେ ଶେଷ ୮ ଦିନ ଏହି ନାରାୟଣୀ ମନ୍ଦିରକୁ ଆସନ୍ତି । ଶାରଦୀୟ ଦୂର୍ଗାପୂଜା ପରିପ୍ରେକ୍ଷୀରେ ଗଇଁଠାଳ ପଡ଼ି ଦୁର୍ଗାମାଧବ ଏକତ୍ର ପୂଜା ପାଇବା ଏହି ମନ୍ଦିର ଭିନ୍ନ ଅନ୍ୟ କେଉଁଠାରେ ଦେଖିବାକୁ ମିଳେ ନାହିଁ । ସେଥିପାଇଁ ଏହା ଶାକ୍ତ ଗୁଣ୍ଡିଚା ବା ଗୁପ୍ତ ଗୁଣ୍ଡିଚା ଭାବେ ଅଭିହିତ । ଶ୍ରୀମନ୍ଦିରରୁ ଦୁର୍ଗା ମାଧବ ଏହି ମନ୍ଦିରକୁ ଷୋଳପୂଜା ସମୟରେ ଶେଷ 8 ଦିନ ଏକ ରଥାକୃତି ବିମାନରେ ଆସିବା ସହ ମାଣ୍ଡୁଅ ଭୋଗ ଖାଇଥାନ୍ତି । ଶ୍ରୀମନ୍ଦିରରେ ଚନ୍ଦନଲାଗି ବଢିବା ପରେ ଦୁର୍ଗାମାଧବ ପାଲିଙ୍କିରେ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିଥାନ୍ତି ।

ଆଜିର ଦିବସରେ ପ୍ରତିବର୍ଷ ପରି ଶ୍ରୀକ୍ଷେତ୍ରରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିବା ବେଳେ ମହାପ୍ରଭୁଙ୍କ ଦର୍ଶନ କରି ଆତ୍ମତୃପ୍ତି ଲାଭ କରିଛନ୍ତି ଶ୍ରଦ୍ଧାଳୁ।

 
 

NAVEEN PATNAIK
ଅଡୁଆରେ ପଡ଼ିପାରନ୍ତି ନବୀନ ପଟ୍ଟନାୟକ ଓ  ଭି. କେ ପଣ୍ଡିଆନ
ଅର୍ଗସ ବ୍ୟୁରୋ: ଅଡୁଆରେ ପଡ଼ିପାରନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓ ଭି. କେ ପଣ୍ଡିଆନ । ଉଭୟଙ୍କ ନାଁରେ ଅପରାଧିକ ମାମଲା ରୁଜୁ ପାଇ
ମାସୁମ ଖାନ
ମାସୁମ ଖାନର ଜାଲିମ କରନାମାର ପର୍ଦ୍ଦାଫାସ କରିବାରୁ ନାଲିଆଖି
ଅର୍ଗସ ବ୍ୟୁରୋ: ମାସୁମ ଖାନର ବେଆଇନ କାରନାମାର ପର୍ଦ୍ଦାଫାଶ କରିବାରୁ ଗଣମାଧ୍ୟମର କଣ୍ଠରୋଧ ପାଇଁ ହୀନ ପ୍ରୟାସ। ବୁଧବାର ବି ରାଜସ୍ବ ଓ ବନ ବିଭାଗ ପକ୍ଷରୁ ଇସଲାମନଗରରେ ବେଆଇନଜମି
ବିଜେଡି
ଉଗ୍ର ହେଉଛି ବିଜେଡି କନ୍ଦଳ
ଅର୍ଗସ ବ୍ୟୁରୋ: ଉଗ୍ରରୂପ ଧାରଣ କରୁଛି ବିଜେଡି ଗୋଷ୍ଠୀ କନ୍ଦଳ । ନବୀନଙ୍କ ସାମ୍ନାରେ କଥା କଟାକଟି ଓ ହାତା ହାତି ହେଉଛନ୍ତି ଦଳୀୟ ନେତା । ପରାଜୟ ପରେ ବିଜେଡି ସୁପ୍ରିମୋଙ୍କ ଜିଲ୍ଲ