ଦିନ ୧୧ଟାରୁ ୩ଟା ଭିତରେ ଶ୍ରମିକଙ୍କୁ କାମ କରାଇଲେ କାର୍ଯ୍ୟାନୁଷ୍ଠାନ
by Argus News
Mon, Apr 15 | 7:23 p.m.

ଅର୍ଗସ ବ୍ୟୁରୋ: ଦିନ ୧୧ଟାରୁ ୩ଟା ଭିତରେ ଶ୍ରମିକଙ୍କୁ କାମ କରାଇବାକୁ ବାରଣ । ପ୍ରବଳ ଖରାରେ କାମ କରାଇଲେ ହେବ କାର୍ଯ୍ୟାନୁଷ୍ଠାନ । ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ଏସଆରସି । ନିର୍ଦ୍ଦେଶ ଅବମାନନା ହେଲେ ସମ୍ପକ୍ତ ଅଧିକାରୀ ଦାୟୀ ରହିବେ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ଏସଆରସି । ଆଜି ରାଜ୍ୟରେ ପ୍ରବଳ ଖରା ଅନୁଭୂତ ହୋଇଥିଲା। 

ଅସହ୍ୟ ତାତିରେ କଲବଲ ସାରା ଓଡ଼ିଶା । ଆଜି ଦିନ ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ୱର ସବୁଠୁ ଉତପ୍ତ ସହର ପାଲଟିଛି । ରାଜଧାନୀର ତାପମାତ୍ରା ୪୧ ଦଶମିକ ୨ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ଚାନ୍ଦବାଲି ଓ ଝାରୁସୁଗୁଡ଼ାର ତାପମାତ୍ରା ମଧ୍ୟ ୪୧ ଡିଗ୍ରୀ ଉପରେ ରହିଛି । ଚାନ୍ଦବାଲିରେ ୪୧ ଦଶମିକ ୧ ଡିଗ୍ରୀ ଏବଂ ଝାରସୁଗୁଡ଼ାରେ ୪୧ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ବାଲେଶ୍ୱରର ତାପମାତ୍ରା ୪୧ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ହୀରାକୁଦରେ ୩୯.୫ ଡିଗ୍ରୀ, ସମ୍ବଲପୁରରେ ୩୯.୪ ଡିଗ୍ରୀ, ରାଉରକେଲାରେ ୩୯.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଆଗାମୀ ଦିନରେ ମଧ୍ୟ ଏଭଳି ତାପମାତ୍ରା ଜାରି ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେପଟେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମସ୍ତଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

BOBBY DAS
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ