ଆଜିଠୁ ରାଜ୍ୟରେ କମିବ ବର୍ଷାର ପରିମାଣ
by Argus News
Mon, Jul 01 | 6:41 p.m.

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ । ସେପଟେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହୋଇଛି।ଆଜିଠୁ ରାଜ୍ୟରେ କମିବ ବର୍ଷାର ପରିମାଣ । କିନ୍ତୁ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା । 

ଆସନ୍ତା ୨୪ ଘଣ୍ଟା ପାଇଁ ଝାରସୁଗୁଡ଼ା, ସୁନ୍ଦରଗଡ଼,ରାୟଗଡ଼ା, ଦେଓଗଡ଼, ସମ୍ବଲପୁର,ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟଲୋ ୱାର୍ଣିଙ୍ଗ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର।ଏଥିସହ ସୁନ୍ଦରଗଡ଼, ଝାରସୁଗୁଡ଼ା, କେଉଁଝର,ଦେଓଗଡ଼, ମୟୁରଭଞ୍ଜ, ବାଲେଶ୍ଵର,ଭଦ୍ରକ, ଯାଜପୁର,କଟକ, ଜଗତସିଂହପୁର,ଭୁବନେଶ୍ଵର ର କିଛି କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । 

ସେପଟେ ନିଅଣ୍ଟିଆ ବର୍ଷା ଚିନ୍ତା ବଢ଼ାଇଛି । ଚଳିତମାସ ୧୫ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବାବେଳେ ମୟୁରଭଞ୍ଜରେ ସର୍ବାଧିକ ୬୪ % ନିଅଣ୍ଟିଟିଆ ବର୍ଷା ରେକର୍ଡ ହୋଇଛି । ରାଜ୍ୟରେ ଏପର୍ଯ୍ୟନ୍ତ ୧୬୪.୦ ମିଲିମିଟର ବର୍ଷା ହୋଇଛି । ୧୩ଟି ଜିଲ୍ଲାରେ ଚଳିତ ମାସ ସ୍ୱାଭାବିକ ବର୍ଷା ହୋଇଥିବାବେଳେ କେବଳ ମାଲକାନଗିରିରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ନିଅଣ୍ଟିଆ ବର୍ଷାର ଭରଣା କରିବା ନେଇ ଆଶା ରଖାଯାଇଥିଲେ ବି ସେତେ ଟା ପ୍ରଭାବୀ ହୋଇପାରି ନାହିଁ ।

ଆହୁରି ପଢନ୍ତୁ ଓଡିଶା ଖବର...
 

FIRE MISHAP
ଏସି ଓ ଫ୍ରିଜ୍ ଗୋଦାମରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
ଭୁବନେଶ୍ୱର: ପାହାଳ ନିକଟସ୍ଥ ଏକ ଏସି ଓ ଫ୍ରିଜ୍ ଗୋଦାମରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି । ସର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ଅଗ୍ନିଶ
ଜିଲ୍ଲାପ୍ରଶାସନ
ଧ୍ରୁବଙ୍କ ସ୍ବାଦ କେଳେଙ୍କାରୀର ତଦନ୍ତ କରିବ ଜିଲ୍ଲାପ୍ରଶାସନ
କେନ୍ଦ୍ରାପଡା: ଧ୍ରୁବଙ୍କ ସ୍ବାଦ କେଳେଙ୍କାରୀର ତଦନ୍ତ କରିବ ଜିଲ୍ଲା ପ୍ରଶାସନ। ଅର୍ଗସରେ ବାରମ୍ବାର ଖବର ପ୍ରସାରଣ ପରେ ଭାଙ୍ଗିଲା ପ୍ରଶାସନର ନିଦ। ଲୋକଙ୍କ ପ୍ରତିବାଦ ପରେ ଜାଗିଲ
ପିଏମ୍‌ କିଷାନ
କୃଷି ବିଭାଗର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା
ଅର୍ଗସ ବ୍ୟୁରୋ: କୃଷି ବିଭାଗର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା । ବଢିବ ପିଏମ୍‌ କିଷାନ ହିତାଧିକାରୀଙ୍କ ସଂଖ୍ୟା । କାଳିଆରେ ସାମିଲ କିନ୍ତୁ ପିଏମ୍‌ କିଷାନରୁ ବା