୨୨ ତାରିଖରୁ ବଢିବ ବର୍ଷାର ପରିମାଣ 
by Argus News
Thu, Sep 19 | 4:25 p.m.

ଭୁବନେଶ୍ୱର:  ଟ୍ରପଲାଇନ ପ୍ରଭାବରେ ରାଜ୍ୟରେ ହାଲୁକରୁ ମଧ୍ୟମ ବର୍ଷା ଜାରି ରହିଥିବା ବେଳେ ପୁଣି ୨୨ ତାରିଖରୁ ବଢିବ ବର୍ଷାର ପରିମାଣ। ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିଶେଷ କିଛି ବର୍ଷା ନାହିଁ । କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୨୨ ଏବଂ ୨୩ ତାରିଖରେ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି। ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରହିବ ସହିତ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

୨୨ ତାରିଖ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଖୋର୍ଦ୍ଧା ଜିଲ୍ଲାରେ । ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ତା ସହିତ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ବିଜୁଳି ହେବାର ସମ୍ଭାବନା ରହିଛି। ୨୩ ତାରିଖ ଦିନ ବି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ବିଜୁଳି ହେବାର ସମ୍ଭାବନା ରହିଛି। ଉପକୂଳ ଜିଲ୍ଲା ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟେ ଦୁଇଟି ଜିଲ୍ଲାମାନଙ୍କ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ହେବା ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲ୍ଲାରେ । ଏବେ ଯାଏଁ କିଛି ପୂର୍ବାନୁମାନ ନାହିଁ । ୨୪ ୨୫ ତାରିଖରେ ବି ବର୍ଷା ରହିବ । 

ଅଧିକ ପଢନ୍ତୁ  ଓଡ଼ିଶା ଖବର 

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ