ରାସ୍ତାର ୨୫ଫୁଟ୍ ତଳକୁ ଓଲଟିଲା ଅଟୋରିକ୍ସା
by Argus News
Thu, Apr 25 | 6:24 p.m.

ଅର୍ଗସ ବ୍ୟୁରୋ: ଖୋର୍ଦ୍ଧା ଜିଲ୍ଲାର ବାଲୁଗାଁ ଥାନା ଅଧୀନ ନାଭାଲ୍ ଫାଣ୍ଡି ଇଲାକାର ନୂଆଗଡ ଓଭର-ବ୍ରିଜ୍ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାର ୨୫ଫୁଟ ତଳକୁ ଖସିଛି ଏକ ଅଟୋ। ଗାଡ଼ିଟି ଦ୍ରୂତ ଗତିରେ ଥିବାରୁ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। 

ଆହତ ଯାତ୍ରୀ ମାନଙ୍କୁ ଚିକିତ୍ସା ପାଇଁ ବାଲୁଗାଁ ମେଡିକାଲରେ ଭର୍ତ୍ତି କରାଯାଇଛି । ଆହତ ମାନଙ୍କ ମଧ୍ୟରେ ୨ ଜଣଙ୍କ ଅବସ୍ଥା ଗୁରୁତର ଥିବା ନାଭାଲ୍ ଫାଣ୍ଡି ରବୀନ୍ଦ୍ର ଗୌଡ ସୂଚନା ଦେଇଛନ୍ତି । ଗଞ୍ଜାମ ଜିଲ୍ଲା ପଥରା ଅଞ୍ଚଳର 8 ଜଣ ବ୍ୟକ୍ତି ଏକ ଅଟୋରିକ୍ସା ଯୋଗେ ନିଜ ଘରକୁ ଫେରୁଥିବା ବେଳେ ଘଟିଛି ଏଭଳି ଦୁର୍ଘଟଣା। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

BJP
30m ago
ଓଡ଼ିଶାରେ ବିଜେପି ୨୧ ରୁ ୨୧ ଲୋକସଭା ଆସନ ଜିତିବ : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଅର୍ଗସ ବ୍ୟୁରୋ : ଭୁବନେଶ୍ୱର ଲୋକସଭା କାର୍ଯ୍ୟକର୍ତ୍ତା ବୈଠକରେ ଯୋଗ ଦେଲେ ବିଜେପିର ୫ ହେଭିୱେଟ ନେତା । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ
BJD
ନିଜ ଦଳର ସମ୍ବିଧାନକୁ ଭୁଲିଗଲେ କି ବିଜେଡି ନେତା
ଅର୍ଗସ ବ୍ୟୁରୋ : ନିଜ ଦଳର ସମ୍ବିଧାନକୁ ଭୁଲିଗଲେ କି ବିଜେଡି ନେତା ? ସମ୍ବିଧାନର ସର୍ତ୍ତ ମଦ ପିଉଥିଲେ ମିଳିବନି ବିଜେଡି ସଦସ୍ୟତା ? ଏହି ସମ୍ବିଧାନ ଆଧାରରେ ନିର୍ବାଚନ କମିଶନ ଦେଇଛିନ୍ତ
MODI
ଆସନ୍ତାକାଲି ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି
ଅର୍ଗସ ବ୍ୟୁରୋ: ବିଜେପି ଫୋକସରେ ଓଡ଼ିଶା। ରାଜ୍ୟରେ ସତ୍ତା ପରିବର୍ତ୍ତନ ପାଇଁ ବିଜେପି ପ୍ରଚାରର ମଙ୍ଗ ଧରିଛନ୍ତି ଖୋଦ୍ ପ୍ରଧାନମନ୍ତ୍ରୀ। ଏଥିପାଇଁ ଆସନ୍ତାକାଲି ପୁଣି ଓଡ଼ିଶା ଆସୁଛନ୍ତ