କୁହୁଡି ଚାଦରରେ ଢାଙ୍କିହେଲା ରାଜଧାନୀ, ଆହୁରି ୩ ଦିନ ଘନ କୁହୁଡି  
by Argus News
Thu, Feb 29 | 8:57 a.m.

ଭୁବନେଶ୍ୱର:  ଘନ କୁହୁଡି଼ ଆସ୍ତରଣ ତଳେ ଭୁବନେଶ୍ବର । ଆଜି ସକାଳୁ ପୁରା ରାଜଧାନୀରେ ଘନ କୁହୁଡି଼ ଅନୁଭୂତ ହୋଇଥିଲା । ଚାରିଆଡେ଼ ଧୂଆଁମୟ ପରିବେଶ ସୃଷ୍ଟି ହୋଇଥିଲା । ସେପଟେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି । ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।

ଗୁରୁବାର ଓ ଶୁକ୍ରବାର ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଜିଲ୍ଲାରେ ହାଲୁକା ବର୍ଷା ହେବ । ମାର୍ଚ୍ଚ ୪ ବେଳକୁ ଉତ୍ତର ଅଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ବର୍ଷା ହେବାକୁ ଥିବା ବେଳେ ୩ରୁ ୪ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ସେଭଳି କୌଣସି ପରିବର୍ତ୍ତନ ହେବ ନାହିଁ  । ଦିନରେ ତାପମାତ୍ରା ପୁଣିଥରେ ଉପର ମୁହାଁ ହୋଇଛି।  ମାର୍ଚ୍ଚ ୩ରେ ଭୁବନେଶ୍ବରରେ ସର୍ବାଧିକ ତାପମାତ୍ରା ୩୮ ଡିଗ୍ରି ଅତିକ୍ରମ କରିବାର ସମ୍ଭାବନା ରହିଛି ।  ଉପକୂଳରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ସକାଳେ କୁହୁଡ଼ି ଲାଗିରହିବ । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

BOBBY DAS
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ