କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଲେ କେନ୍ଦ୍ର ସରକାର, ବଢିଲା DA
by Argus News
Wed, Oct 16 | 2:55 p.m.

ଅର୍ଗସ ବ୍ୟୁରୋ: ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରଙ୍କୁ ବଡ ଭେଟି । 3 ପ୍ରତିଶତ ବଢିଲା ମହଙ୍ଗା ଭତ୍ତା(DA). ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ବୈଠକ ବସିଥିବା ବେଳେ ମହଙ୍ଗା ଭତ୍ତା ଉପରେ ମୋହର ବାଜିଛି । ଦୀପାବଳି ଉପଲକ୍ଷେ ଉପହାର ପ୍ରଦାନ କରିଛନ୍ତି କେନ୍ଦ୍ର ସରକାର । ଏହା ଦ୍ବାରା 1 କୋଟିରୁ ଉର୍ଦ୍ଧ୍ବ କର୍ମଚାରୀ ଉପକୃତ ହେବେ । ବର୍ତ୍ତମାନ କର୍ମଚାରୀଙ୍କ ଡିଏ ୫୦ ପ୍ରତିଶତ ରହିଥିବା ବେଳେ ଏହି ବୃଦ୍ଧି ଫଳରେ ତାହା ୫୩ ପ୍ରତିଶତରେ ପହଞ୍ଚିଛି ।

ଏହା ଗତ ଜୁଳାଇ 1 ତାରିଖରୁ ଲାଗୁ ହେବ । ସାଧାରଣ ଭାବେ କେନ୍ଦ୍ର ସରକାର ଜାନୁଆରୀ ଓ ଅକ୍ଟୋବରରେ ବର୍ଷକୁ ଦୁଇଥର ଡିଏ ବୃଦ୍ଧି କରିଥାନ୍ତି । ଏହା ପୂର୍ବରୁ ଗତ ମାର୍ଚ୍ଚରେ କେନ୍ଦ୍ର ସରକାର ୪ ପ୍ରତିଶତ ଡିଏ ବୃଦ୍ଧି କରିଥିବା ବେଳେ ଏହା 46ରୁ 50 ପ୍ରତିଶତକୁ ବୃଦ୍ଧି ପାଇଥାଏ । ବର୍ତ୍ତମାନ 3 ପ୍ରତିଶତ ବଢାଇଥିବା ବେଳେ ଏହା 53କୁ ବୃଦ୍ଧି ପାଇଛି । ଏହାଦ୍ବାରା କର୍ମଚାରୀ ଏବଂ ପେନସନ ଭୋଗୀ ଉପକୃତ ହେବେ । ଅକ୍ଟୋବର ମାସର ଦରମାରେ ତିନି ମାସର ଏରିୟର ଏବଂ ଡିଏକୁ ମିଶାଇ ମିଳିବ। 
 

ଆଦାନୀ
ଆଦାନୀ କିଣିଲା ସେମୋଲିନା କିଚେନ୍ସର ୫୦ ପ୍ରତିଶତ ଅଂଶଧନ
ଅର୍ଗସ ବ୍ୟୁରୋ:ସେମୋଲିନା କିଚେନ୍ସର ୫୦ ପ୍ରତିଶତ ଅଂଶଧନ କିଣିଲା ଆଦାନୀ ଏଣ୍ଟରପ୍ରାଇଜ୍ରସ ଲିମିଟେଡ୍। ଫଳରେ ଆଦାନୀ ଗ୍ରୁପର ସହାୟକ କମ୍ପାନୀ ଆଦାନୀ ଏୟାରପୋର୍ଟ ହୋଲ୍ଡିଂ ଲିମିଟେଡ
ଲିଜେଣ୍ଡସ୍ ଲିଗ୍
ଶ୍ରୀନଗରର ବକ୍ସି ଷ୍ଟାଡିୟମରେ ସଦର୍ଣ୍ଣ  ସୁପରଷ୍ଟାର ସହ କୋଣାର୍କ ସୂର୍ଯ୍ୟାସ୍ ସହ ଫାଇନାଲ୍ ମୁକାବିଲା
ଅର୍ଗସ ବ୍ୟୁରୋ: ଲିଜେଣ୍ଡସ୍ ଲିଗ୍ କ୍ରିକେଟ୍ ୨୦୨୪ । ଶ୍ରୀନଗରର ବକ୍ସି ଷ୍ଟାଡିୟମରେ ଚାଲିଛି ଫାଇନାଲ୍ ମ୍ୟାଚ୍। ଶକ୍ତିଶାଳୀ ସଦର୍ଣ୍ଣ ସୁପରଷ୍ଟାର ସହ ହେଉଛି କୋଣାର୍କ ସୂର୍ଯ୍ୟାସ
ରାଜଧାନୀରେ ଲୁଟ ଅପରେସନ
ଯମତରା ଗ୍ୟାଙ୍ଗ ଷ୍ଟାଇଲରେ ରାଜଧାନୀରେ ଲୁଟ ଅପରେସନ୍, ୬ସାଇବର ଠକଙ୍କୁ ବାନ୍ଧିଲା କମିସନରେଟ୍ ପୋଲିସ
ଅର୍ଗସ ବ୍ୟୁରୋ:ଯମତରା ଗ୍ୟାଙ୍ଗ ଷ୍ଟାଇଲରେ ରାଜଧାନୀରେ ଲୁଟ ଅପରେସନ୍। ଆପାର୍ଟମେଣ୍ଟରେ କଲସେଣ୍ଟର କରି ଲୁଟୁଥିଲେ ସାଇବର ମାଫିଆ। ଫ୍ଲୁଏଣ୍ଟ ଇଂଲିସରେ ଆମେରିକା, ଚୀନ, ଇଂଲଣ୍ଡ ଲୋକଙ୍କ