ଏକକାଳୀନ ୧୬ ହଜାର ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ
by Argus News
Sat, Oct 05 | 7:30 p.m.

ଅର୍ଗସ ବ୍ୟୁରୋ : ରାଜ୍ୟରେ ଶିକ୍ଷା ଭିତ୍ତିଭୂମି ସୁଦୃଢ କରିବା ପାଇଁ ବିଜେପି ସରକାର ନେଇଛନ୍ତି ବଡ଼ ପଦକ୍ଷେପ । ରାଜ୍ୟର ବିଭିନ୍ନ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ୧୬ ହଜାର ୯ ଜଣ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀ ପାଇଛନ୍ତି ନିଯୁକ୍ତି । ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ନିଯୁକ୍ତି ସମାରୋହରେ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ବିଶିଷ୍ଟ ଅତିଥି ଭାବେ ଯୋଗ ଦେଇ ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। 

କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚ ଶିକ୍ଷାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଯୋଗ ଦେଇଥିଲେ। ରାଜ୍ୟରେ ଶିକ୍ଷାଦାନକୁ ଗୁଣାତ୍ମକ କରିବା ଦିଗରେ ଏହି ନିଯୁକ୍ତି ଏକ ବଡ଼ ପଦକ୍ଷେପ। ସରକାରୀ ସ୍କୁଲ ହେଉଛି ରାଜ୍ୟର ଭବିଷ୍ୟତର ଏନ୍ତୁଡ଼ିଶାଳ । ଶିକ୍ଷକ ହେଉଛନ୍ତି ଏହାର ମୂଳ ଆଧାର । ଏବେ ଉପଯୁକ୍ତ ଟ୍ରେନ୍‌ଡ ଟିଚର ନୂଆପୀଢୀକୁ ତିଆରି କରିବେ ।

ଅଧିକ ପଢନ୍ତୁ : ରାଜ୍ୟରେ ନିଯୁକ୍ତି ପାଇବେ ୧୬,୦୦୯ କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ

ବୌଦ୍ଧିକ ଦୃଷ୍ଟିରୁ ଓଡ଼ିଶା ଦୁର୍ବଳ ହୋଇ ଥାଇପାରେ, କିନ୍ତୁ ଭୌତିକ ଦୃଷ୍ଟିରୁ ନୁହେଁ । କିନ୍ତୁ ବିଜେଡି ସରକାର ଶିକ୍ଷାର ବିକାଶ, ସ୍କୁଲ ରୂପାନ୍ତରୀକରଣ ନାଁରେକେବଳ ପୁରୁଣା କୋଠାରେ ରଙ୍ଗବୋଳିଥିଲେ। କିନ୍ତୁ ବିଜେପି ସରକାର ଆସିବା ପରେ ରାଜ୍ୟରେ ଶିକ୍ଷା ଭିତ୍ତିଭୂମି ସୁଦୃଢ଼ କରିବା ଏବଂ ପିଲାଙ୍କ ଭବିଷ୍ୟତ ଗଢିବା ଦିଗରେ ଦେଉଛନ୍ତି ସ୍ବତନ୍ତ୍ର ଗୁରୁତ୍ବ। ରାଜ୍ୟ ସରକାର ୨୦୩୬ ସୁଦ୍ଧା ବିକଶିତ ଓଡିଶା ଗଠନର ଲକ୍ଷ୍ୟ ରଖିଥିବା ବେଳେ ଏହି ପଦକ୍ଷେପ ଲକ୍ଷ୍ୟ ପୂରଣ ଦିଗରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ।  

 

ଗ୍ୟାସ୍‌ ଲିକ୍
32m ago
କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍‌ ଲିକ୍ , ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣ
ଅର୍ଗସ ବ୍ୟୁରୋ : କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍‌ ଲିକ୍‌ ଘଟଣା। ସଘଟଣା ସ୍ଥଳରେ ପହଞ୍ଚିଲେ ଅତିରିକ୍ତ ଜିଲ୍ଲାପାଳ। ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ପରଖିବାଛନ୍ତି। ଅଗ୍ନିଶମ
ମଟନ୍ ବିରିୟାନୀ
59m ago
ଜେଲରେ କଏଦୀଙ୍କୁ ମିଳିବ ମଟନ୍ ବିରିୟାନୀ
ଅର୍ଗସ ବ୍ୟୁରୋ : କଏଦୀଙ୍କ ପାଇଁ ଦଶହରା ଭେଟି । ଜେଲରେ ମିଳିବ ବିରିୟାନୀର ମଜା । ପଶ୍ଚିମବଙ୍ଗ ସରକାରଙ୍କ ନିଷ୍ପତ୍ତି । ଅକ୍ଟୋବର ୯ରୁ ୧୨ ତାରିଖ ଯାଏଁ ଜେଲରେ କଏଦୀଙ୍କୁ ମିଳିବ ସ୍ବାଦିଷ୍
ହରିୟାଣା ନିର୍ବାଚନ
ହରିୟାଣା ନିର୍ବାଚନ ; ସଂଧ୍ୟା ୬ଟା ସୁଦ୍ଧା ହୋଇଛି ୬୫ ପ୍ରତିଶତ ମତଦାନ
ଅର୍ଗସ ବ୍ୟୁରୋ : ଶେଷ ହୋଇଛି ହରିୟାଣା ନିର୍ବାଚନ । ନିର୍ବାଚନ କମିଶନ ତଥ୍ୟ ଅନୁସାରେ ସଂଧ୍ୟା 6ଟା ସୁଦ୍ଧା ହୋଇଛି 65 ପ୍ରତିଶତ ମତଦାନ । ଗତ 1 ତାରିଖରେ ଜମ୍ମୁ କାଶ୍ମୀର ନିର୍ବାଚନ ଶେଷ ହେବ