ନୂଆଁଖାଇରେ ସମ୍ବଲପୁର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ
by Argus News
Sun, Sep 08 | 10:04 a.m.

ଅର୍ଗସ ବ୍ୟୁରୋ: ନୂଆଁଖାଇରେ ସମ୍ବଲପୁର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ସମ୍ବଲପୁର ଆସିବେ। କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇରେ ଓଡ଼ିଶାର ଚାଷୀଙ୍କୁ ବଡ଼ ଭେଟି ଦେବେ ବିଜେପି ସରକାର। ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଦିନ ୧ଟାରୁ୨ଟା ମଧ୍ୟରେ ସମ୍ବଲପୁରରେ ପହଞ୍ଚି ମୁଖ୍ୟମନ୍ତ୍ରୀ ପ୍ରଥମେ ମା' ସମଲେଶ୍ଵରୀଙ୍କ ଦର୍ଶନ କରିବେ। ପରେ ମାରଓ୍ବାଡ଼ି ସମାଜ, ଓଡ଼ିଶା ସାଂସ୍କୃତିକ ସମାଜ, ନନ୍ଦପଡ଼ାର ଚିତ୍ରୋତ୍ପଳା ଯୁବକ ସଂଘ ଓ ସମଲେଶ୍ଵରୀ ଯୁବକ ସଂଘ ପକ୍ଷରୁ ଆୟୋଜିତ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ଯୋଗ ଦେବେ । 

ଅପରାହ୍ନ ସାଢ଼େ ୪ଟାରେ ଜିଏମ୍ ୟୁନିଭର୍ସିଟି ଅଡିଟୋରିୟମରେ ଅନୁଷ୍ଠିତ ହେବ ସିଏମ୍ କିଶାନ ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ରବିନାରାୟଣ ନାଏକ, ସୁରେଶ ପୂଜାରୀଙ୍କ ସମେତ ବିଧାୟକ ଜୟନାରାୟଣ ମିଶ୍ର ମଧ୍ୟ ଉପସ୍ଥିତ ରହିବେ । ରାଜ୍ୟର ଚାଷୀଙ୍କୁ ସିଏମ୍ କିଷାନ ଯୋଜନାର ପ୍ରଥମ କିସ୍ତି ଜାରି କରିବେ ମୁଖ୍ୟମନ୍ତ୍ରୀ । 

ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା

ଏହି ଯୋଜନାରେ ଅକ୍ଷୟ ତୃତୀୟା ଓ ନୂଆଁଖାଇ ବର୍ଷକୁ ଦୁଇଟି କିସ୍ତିରେ ଚାଷୀ ପାଇବେ ଦୁଇ ହଜାର ଲେଖାଏଁ ମୋଟ 4 ହଜାର ଟଙ୍କା। ଭୂମିହୀନ ଚାଷୀଙ୍କୁ ତିନିଟି କିସ୍ତିରେ ୧୨ ହଜାର ୫୦୦ ଟଙ୍କା ଯୋଗାଇ ଦେବେ ରାଜ୍ୟ ସରକାର । ରାଜ୍ୟର 45 ଲକ୍ଷ 76 ହଜାର 524 କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ 19 ଲକ୍ଷ 12 ହଜାର 122 ଭୂମିହୀନ ଚାଷୀଙ୍କୁ ସିଏମ୍ କିଷାନ ଯୋଜନାର ଟଙ୍କା ମିଳିବ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା