ମା' ମଝିଘରିଆଣୀଙ୍କ  ଦାନ ହୁଣ୍ଡିର ଗଣତି ଆରମ୍ଭ 
by Argus News
Wed, Jul 24 | 11:25 a.m.

ରାୟଗଡ଼ା: ରାୟଗଡ଼ା ଅଧିଷ୍ଠାତ୍ରୀ ଦେବୀ ମା ମଝିଘରିଆଣୀ ମନ୍ଦିରରେ ଦାନ ହୁଣ୍ଡି ଖୋଲାଯାଇ ଗଣତି ଆରମ୍ଭ ହୋଇଛି । ୪ ମାସର ବ୍ୟବଧାନ ପରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆଜି ହୁଣ୍ଡି ଖୋଲାଯାଇଛି । ତହସିଲଦାର, ମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ, ସଦସ୍ୟ ଓ କର୍ମକର୍ତ୍ତାଙ୍କ ଉପସ୍ଥିତିରେ ଦାନ ହୁଣ୍ଡି ଖୋଲାଯାଇ ଗଣତି ଚାଲିଛି ।

୯ଟି ହୁଣ୍ଡିର ଦାନ ଅର୍ଥ ଗଣତି କର୍ଯ୍ୟରେ ମହିଳା ସେଚ୍ଛାସେବୀ ସଂଘଠନର ସଦସ୍ୟ ଓ କିଛି ଛାତ୍ରଛାତ୍ରୀଙ୍କୁ ନିୟୋଜିତ କରାଯାଇଛି । ଗଣତି ପ୍ରକ୍ରିୟାରେ ପ୍ରାୟ 200 ସେଚ୍ଛାସେବୀ ମହିଳା ନିୟୋଜିତ ହୋଇଛନ୍ତି । ଗତ ଥର ଗଣତିରେ ପ୍ରାୟ ୯୦ ଲକ୍ଷ ଟଙ୍କା ଦାନ ବାକ୍ସରୁ ମିଳିଥିଲା ।
ଅଧିକ ପଢନ୍ତୁ ଓଡିଶା ଖବର 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା