ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉଦ୍ୟମରେ ଗାଁରେ ପହଞ୍ଚିଲା  ମୃତଦେହ 
by Argus News
Wed, Jul 17 | 7:40 a.m.

ବାଲେଶ୍ୱର:  ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମରେ ବାଲେଶ୍ବର ଖଇରା ଥାନା ସାହାପୁର ଗାଁର ମୁରଲୀଧର ମହାକୁଡଙ୍କ ମୃତ ଶରୀର ଗାଁରେ ପହଞ୍ଚିଛି । ମୃତଦେହ ଗାଁରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।  ଓଡ଼ିଆ ଶ୍ରମିକଙ୍କ ମୃତଦେହ ଗାଁକୁ ଆଣିବା ସହ ପରିବାର ଲୋକଙ୍କୁ ଫୋନ କରି ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବାଲେଶ୍ୱର ଜିଲ୍ଲା ଖଇରା ଥାନା ଗୋବିନ୍ଦପୁର ପଞ୍ଚାୟତ ଅଧିନ ସାହାପୁର ଗ୍ରାମର ମୁରଲୀଧର ମହାକୁଡ ଦୀର୍ଘବର୍ଷ ହେବ ମୁମ୍ବାଇରେ ଏକ ହୋଟେଲରେ କାର୍ଯ୍ୟ କରୁଥିବା ବେଳେ ତାଙ୍କ ଦେହ ଅସୁସ୍ଥ ହୋଇଡିଥିଲା। ସେ ମୁମ୍ବାଇରେ ମେଡିକାଲରେ ଚିକିତ୍ସା ହେଉଥିବା ଅବସ୍ଥାରେ ଗତ ୧୪ତାରିଖରେ ତାଙ୍କର ମୃତ୍ୟୁ ହୋଇଥିଲା।

ତାଙ୍କ ପରିବାର ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ତାଙ୍କ ମର ଶରୀରକୁ ସରକାରଙ୍କ ତରଫରୁ ଆଣି ତାଙ୍କ ଗ୍ରାମରେ ଶେଷକୃତ୍ୟ ସମ୍ପାଦନ ନିମନ୍ତେ ତାଙ୍କ ପରିବାର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ମାନ୍ୟବର ମୁଖ୍ୟମନ୍ତ୍ରୀ ଏ ସମ୍ପର୍କରେ ଅବଗତ ହୋଇ ଏହି ଅସହାୟ ପରିବାରକୁ ସହଯୋଗ କରିବାକୁ ଓଡିଶା ପରିବାର ନିର୍ଦ୍ଦେଶାଳୟକୁ ନିର୍ଦ୍ଦେଶ ପ୍ରଦାନ କରିବା ସହିତ ଏ ବିଷୟରେ ବାଲେଶ୍ୱର ଜିଲ୍ଲାପାଳଙ୍କୁ ଅବଗତ କରାଇଥିଲେ ମୁଖ୍ୟମନ୍ତ୍ରୀ । 

ଅଧିକ ପଢନ୍ତୁ ଓଡିଶା ଖବର 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା