ମହାରାଷ୍ଟ୍ର ଧରାବୀ ବସ୍ତିରେ ବେଆଇନ ମସଜିଦ ନିର୍ମାଣକୁ ନେଇ ବଢୁଛି ବିବାଦ
by Argus News
Sat, Sep 21 | 9:44 p.m.

ଅର୍ଗସ ବ୍ୟୁରୋ:  ହିମାଚଳ ପ୍ରଦେଶ ସଂଜୌଲୀ ମସଜିଦ ବିବାଦ ଥମିନଥିବାବେଳେ ମହାରାଷ୍ଟ୍ର ଧରାବୀ ବସ୍ତିରେ ବେଆଇନ ମସଜିଦ ନିର୍ମାଣକୁ ନେଇ ବଢୁଛି ବିବାଦ । କୋର୍ଟଙ୍କ ନିର୍ଦ୍ଦେଶ ପରେ ବେଆଇନ ମସଜିଦ ଭାଙ୍ଗିବାକୁ ପହଞ୍ଚିଥିବା ମୁମ୍ବାଇ ମହାନଗର ନିଗମ କର୍ମଚାରୀଙ୍କୁ ବିରୋଧ ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ବୃଦ୍ଧି ପାଇଛି । ଘଟଣାକୁ ନେଇ ରାଜନୀତି ନକରିବାକୁ ନିବେଦନ କରିବା ସହ ଶାନ୍ତିପୂର୍ଣ୍ଣ ଉପାୟରେ ସମସ୍ୟାର ସମାଧାନ ହେବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭୀସ । ଅନଧିକୃତ ନିର୍ମାଣକୁ ହଟାଇବାକୁ ସ୍ଥାନୀୟ ଲୋକେ 4ରୁ 5 ଦିନ ସମୟ ମାଗିଥିବାରୁ ବିଏମସି ଟିମ୍ ଫେରିଆସିଥିବା କହିଛନ୍ତି ଫଡ଼ନାଭୀସ । ଘଟଣାକୁ ନେଇ ସୋସିଆଲ ମିଡିଆରେ ଅପପ୍ରଚାର କରାଯାଉଥିବାରୁ ପୋଲିସ ପକ୍ଷରୁ ଗୁଜବକୁ ବିଶ୍ବାସ ନକରିବାକୁ ଅପିଲ କରାଯାଇଛି । ସ୍ଥାନୀୟ ଅଞ୍ଚଳରେ ସ୍ଥିତି ନିୟନ୍ତ୍ରଣାଧିନ ରହିଥିବା କହିଛନ୍ତି ଜୋନ 5 ଡିସିପି ତେଜସ୍ବୀ ସତପୁତେ ।

ଅଧିକ ପଢ଼ନ୍ତୁ ଦେଶ ଖବର: 

ILLEGAL
ମହାରାଷ୍ଟ୍ର ଧରାବୀ ବସ୍ତିରେ ବେଆଇନ ମସଜିଦ ନିର୍ମାଣକୁ ନେଇ ବଢୁଛି ବିବାଦ
ଅର୍ଗସ ବ୍ୟୁରୋ: ହିମାଚଳ ପ୍ରଦେଶ ସଂଜୌଲୀ ମସଜିଦ ବିବାଦ ଥମିନଥିବାବେଳେ ମହାରାଷ୍ଟ୍ର ଧରାବୀ ବସ୍ତିରେ ବେଆଇନ ମସଜିଦ ନିର୍ମାଣକୁ ନେଇ ବଢୁଛି ବିବାଦ । କୋର୍ଟଙ୍କ ନିର୍ଦ୍ଦେଶ ପର
J&K
ନିର୍ବାଚନ ରାଲିରେ କେନ୍ଦ୍ର ଗୃହମନ୍ତ୍ରୀଙ୍କ ବଡ଼ ଘୋଷଣା
ଅର୍ଗସ ବ୍ୟୁରୋ: ଜମ୍ମୁ କାଶ୍ମୀରକୁ ପୁଣିଥରେ ଆତଙ୍କବାଦୀଙ୍କ ଆଡ୍ଡା କରିବାକୁ ଚାହାନ୍ତି ଅବଦୁଲ୍ଲା, ମୁଫତି ଓ ଗାନ୍ଧି ପରିବାର । ତୁଷ୍ଟିକରଣ ରାଜନୀତି କରି ଭୂସ୍ବର୍ଗକୁ ନର୍
POLICE STATION
ଭରତପୁର ଥାନାରେ ମେଜର୍ ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସ୍ ନିର୍ଯାତନା ଘଟଣା
ଅର୍ଗସ ବ୍ୟୁରୋ: ଭରତପୁର ଥାନାରେ ମେଜର୍ ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସ୍ ନିର୍ଯାତନା ଓ ବର୍ବରତା ଘଟଣା । ପୂର୍ବ ସରକାର ଉପରେ ବର୍ଷିଲେ ସୂଚନା ଅଧିକାର କର୍ମୀ ପ୍ରଦୀପ ପ୍ରଧାନ