ରତ୍ନବେଦିରେ ମହାପ୍ରଭୁ; ଆଜିଠୁ ନୀଳାଚଳ ଅବଢା
by Argus News
Sat, Jul 20 | 8:07 a.m.

ପୁରୀ: ନବଦିନାମତ୍କ ଘୋଷଯାତ୍ରା ସାରି ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀଭାଇଙ୍କ ସହ ଏବେ ଶ୍ରୀମନ୍ଦିର ରତ୍ନସିଂହାସନରେ ଗୋଟି ପହଣ୍ଡିରେ ବିଜେ କରିଛନ୍ତି। ସ୍ନାନପୂର୍ଣ୍ଣିମାଠାରୁ ଶୂନ୍ୟ ପଡ଼ିଥିବା ଶ୍ରୀମନ୍ଦିର ରତ୍ନବେଦିରେ ମହାପ୍ରଭୁଙ୍କ ବିଜେ ପରେ ପୁଣି ଶ୍ରୀମନ୍ଦିର ପୂର୍ଣ୍ଣ ହୋଇଉଠିଛି। ମହାପ୍ରଭୁ ଶ୍ରୀମନ୍ଦିରକୁ ବିଜେ କରିବା ପରେ ଆଜିଠାରୁ ଶ୍ରୀମନ୍ଦିରରେ ନୀଳାଚଳ ଅବଢ଼ା ବାହାରିବ। ଭକ୍ତ ଏବଂ ଶ୍ରଦ୍ଧାଳୁ ମହାପ୍ରସାଦ ପାଇବେ। 

ସେହିପରି ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଭକ୍ତମାନେ ଶ୍ରୀମନ୍ଦିର ରତ୍ନସିଂହାସନରେ ଦର୍ଶନ କରିବେ। ମହାପ୍ରଭୁ ରଥ ଉପରେ ଥିବାରୁ ମହାପ୍ରଭୁଙ୍କୁ ଶୁଖିଲା ଭୋଗ ଲାଗି ହେଉଥିଲା। କିନ୍ତୁ ଶ୍ରୀମନ୍ଦିରକୁ ବିଜେ କରିବା ପରେ ଆଜି ମହାପ୍ରଭୁଙ୍କ ନିକଟରେ ମହାପ୍ରସାଦ ଲାଗି ହେବ। ରଥଯାତ୍ରା ପରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନିକଟରେ ପ୍ରଥମକରି ମହାପ୍ରସାଦ ଲାଗି ହେଉଥିବାରୁ ଏହାକୁ ନୀଳାଚଳ ଅବଢ଼ା ବୋଲି କୁହାଯାଇଥାଏ। ଏହି ଅବଢାକୁ ପାଇବା ପାଇଁ ଭକ୍ତମାନଙ୍କ ମଧ୍ୟରେ ପ୍ରବଳ ଆଶା ରହିଥାଏ।

ସରିଲା ମହାପ୍ରଭୁଙ୍କ ଜନ୍ମବେଦୀ ଲୀଳା
 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା