ଓଡ଼ିଶାରେ ସରକାର ଖୁବଶୀଘ୍ର ପରିବର୍ତ୍ତନ ହେବାକୁ ଯାଉଛି
by Argus News
Tue, May 28 | 11:02 a.m.

ଅର୍ଗସ ବ୍ୟୁରୋ: ମୋଦୀଙ୍କ ବଡ ବୟାନ । ଏଥର ଓଡ଼ିଶାରେ ସରକାର ପରିବର୍ତ୍ତନ ହେଉଛି । ଓଡ଼ିଶାବାସୀ ପରିବର୍ତ୍ତନ ଚାହୁଁଛନ୍ତି । ଜୁନ୍ ୪ରେ ବିଜେଡି ସରକାରର ଏକ୍ସପାଏରୀ ତାରିଖ ରହିଛି । ସେହିଭଳି ଜୁନ୍ ୧୦ରେ ଓଡ଼ିଶାରେ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ଦୃଢତାର ସହ କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ ଏଏନଆଇକୁ ସାକ୍ଷାତକାର ଦେଇ ମୋଦୀ ଏଭଳି କହିଛନ୍ତି।

ଏହାପୂର୍ବରୁ ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ ଆସିଥିବା ବେଳେ ମଧ୍ୟ ସମାନ କଥା ଦୋହରାଇଥିଲେ । କେବଳ ଏତିକି ନୁହେଁ ଓଡ଼ିଶାରୁ ନବୀନ ସରକାର ବିଦାୟ ନେବ ବୋଲି ସ୍ପଷ୍ଟ ଭାବେ କହିଥିଲେ । ଏହାସହ ବିଭିନ୍ନ ପ୍ରସଙ୍ଗରେ ବିଜେଡି ସରକାରକୁ ଟାର୍ଗେଟ କରିବାକୁ ପଛାଇ ନ ଥିଲେ ପ୍ରଧାନମନ୍ତ୍ରୀ । ଆସନ୍ତାକାଲି ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଦଳୀୟ ପ୍ରାର୍ଥୀଙ୍କ ପାଇଁ ୩ଟି ଜନସଭାକୁ ସମ୍ବୋଧିତ କରିବେ ମୋଦୀ । ଓଡ଼ିଶା ଗସ୍ତ ପୂର୍ବରୁ ପୁଣିଥରେ ବିଜେପି ସରକାର ଗଠନ ନେଇ ମୋଦୀ ଦମ୍ଭୋକ୍ତି ଦେଖାଇବା ଓଡ଼ିଶା ରାଜନୀତିରେ ହଇଚଇ ସୃଷ୍ଟି କରିଛି ।

ଅନ୍ୟପଟେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମଧ୍ୟ ଓଡ଼ିଶାରେ ବିଜେଡି ଷଷ୍ଠଥର ସରକାର ଗଢିବ ବୋଲି ଦଳର ଷ୍ଟାର ପ୍ରଚାରକ ଭିକେ ପାଣ୍ଡିଆନ ବିଭିନ୍ନ ସଭାରେ କହିଛନ୍ତି । ତେଣୁ ଏସବୁ ଭିତରେ ଓଡ଼ିଶାରେ କିଏ ସରକାର ଗଢିବ ତାହା ଆସନ୍ତା ଜୁନ୍ ୪ରେ ସ୍ପଷ୍ଟ ହୋଇଯିବ। 

ଅଧିକ ପଢ଼ନ୍ତୁ ନିର୍ବାଚନ ଖବର 
 

ରାଜଧାନୀରେ କୋଷ୍ଟଗାର୍ଡ
1m ago
ରାଜଧାନୀରେ କୋଷ୍ଟଗାର୍ଡ DIG ଓ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର ଅଭିଯାଗ
ଅର୍ଗସ ବ୍ୟୁରୋ: ନୟାପଲ୍ଲୀ ଥାନା ଅଞ୍ଚଳରେ କୋଷ୍ଟଗାର୍ଡ ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ୨ଜଣ ମଦ୍ୟପ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ସପିଂ ସାରି ଫେରୁଥିବା ବେଳେ କୋଷ୍ଟଗାର୍
ରାଜ୍ୟରେ ଲାଗୁ ହେବ
30m ago
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ
LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା