ଗାଡି ଧକ୍କାରେ ଚାଲିଗଲା ଦମ୍ପତ୍ତିଙ୍କ ଜୀବନ
by Argus News
Wed, Jul 03 | 11:00 a.m.

ଅର୍ଗସ ବ୍ୟୁରୋ : ଅଜଣା ଗାଡି ଧକ୍କାରେ ଦମ୍ପତ୍ତି ମୃତ । କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକ । ବଲାଙ୍ଗୀର ଜିଲ୍ଲା ମୁରିବାହାଲ ଥାନା ପତ୍ରାପାଲି (ଖ)  ଗାଁରେ ମର୍ମନ୍ତୁଦ ସଡକ ଦୁର୍ଘଟଣା  । ମୃତ ଦମ୍ପତ୍ତି ହେଲେ ଗମ୍ଭୀର ରଣା, ଗୀତା ରଣା । ସକାଳୁ ସକାଳୁ ସ୍ୱାମୀ-ସ୍ତ୍ରୀ ଚାଷ ଜମିକୁ ଯାଉଥିବା ବେଳେ ଅଜଣା ଗାଡି ଧକ୍କା ଦେଇଥିଲା । ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ହୋଇଥିବା ବେଳେ ଚାଷ ପାଇ ନେଉଥିବା ବଳଦର ମଧ୍ୟ ମୃତ୍ୟୁ ହୋଇଛି ।

ଅଧିକ ପଢନ୍ତୁ : ଶୌଚବେଳେ ଜଣଙ୍କୁ ଦଳିଦେଲା ଦନ୍ତା

କ୍ଷତିପୂରଣ ଦାବି ନେଇ ୫୯ ଜାତୀୟ ରାଜପଥ ଅବରୋଧ କରିଛନ୍ତି ସ୍ଥାନୀୟ ଲୋକ । ଘଟଣାସ୍ଥଳରେ ମୁରିବାହାଲ ପୋଲିସ, କଣ୍ଟାବାଞ୍ଜି ଏସ୍ଡ଼ିପିଓ, ମୁରିବାହାଲ ତହସିଲଦାର ଉପସ୍ଥିତ ରହି ଲୋକଙ୍କୁ ବୁଝାଇବାକୁ ଚେଷ୍ଟା କରୁଛନ୍ତି। କିନ୍ତୁ ଜିଦରେ ଅଟଳ ଅଛନ୍ତି ଉତ୍ତ୍ୟକ୍ତ ଲୋକେ । ଘଟଣାସ୍ଥଳରେ ତୀବ୍ର ଉତ୍ତେଜନା ।
 

ମେଳି କର୍ପୋରେଟର
ନବୀନଙ୍କୁ ଭେଟିଲେ ମେଳି କରିଥିବା କର୍ପୋରେଟର
ଭୁବନେଶ୍ୱର: ନବୀନଙ୍କୁ ଭେଟିଲେ ମେଳି କରିଥିବା କର୍ପୋରେଟର । ନବୀନ ନିବାସ ଯାଇ ଭେଟିଲେ । ଏହି କର୍ପୋରେଟର ଗୋଷ୍ଠୀ କିଛି ଦିନ ତଳେ ଶଙ୍ଖ ଭବନରେ ଦୁଇ ବିଦ୍ରୋହୀ କର୍ପୋରେଟର ଅମରେଶ ଜେନା
ବିନାଶକାରୀ ଯୁଦ୍ଧ
ଇସ୍ରାଏଲ୍ ର ଫୋର ଫ୍ରଣ୍ଟ ଆଟାକ୍
ଅର୍ଗସ ବ୍ୟୁରୋ: ଯୁଦ୍ଧ ..ବିନାଶକାରୀ ଯୁଦ୍ଧ...ନା ହଟିବ ନା ଝୁକିବ...ହିଜବୁଲ୍ଲା ବିନାଶ ମୋଡ ରେ ଇସ୍ରାଏଲ୍..ଗୋଟିଏ ପରେ ଗୋଟିଏ ହିଜବୁଲ୍ଲା କମାଣ୍ଡର ଙ୍କୁ ଖୋଜି ଖୋଜି ଧ୍ବସ କରୁଛ
ଶିକ୍ଷକ ନିଯୁକ୍ତି ଦାବି
ସାମ୍ନାକୁ ଆସିଲା ବିଜେଡିର ଦୋମୁହାଁ ଚରିତ୍ର
ଅର୍ଗସ ବ୍ୟୁରୋ: ଜିଲ୍ଲାଭିତ୍ତିକ ସ୍ଥାୟୀ ନିଯୁକ୍ତି ଦାବିରେ ଅବିଭକ୍ତ କୋରାପୁଟ ଜିଲ୍ଲାରେ ଦିଆଯାଇଥିଲା ବନ୍ଦ ଡାକରା । ରାସ୍ତାକୁ ଓହ୍ଲାଇଥିଲେ ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସର ନେତା